।। ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିର ଉଦଯାପିତ ।।

Feb 1, 2024 - 18:33
 0  9
।। ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିର ଉଦଯାପିତ ।।

କନ୍ଧମାଳ,(କୋରାପୁଟ ପ୍ରଥମ ଖବର): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଛାତ୍ରୀଙ୍କୁ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିରର ଉଦଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ.ମଧୁସୂଦନ ମହାପାତ୍ର, ମୁଖ୍ୟବକ୍ତା ଭାବେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତାସ୍ମିତା ନାୟକ , ଅଧିକାରିଣୀ ଅଧ୍ୟାପିକା ସଞ୍ଜୁକ୍ତା ନାୟକ, ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ, ପ୍ରାଶାସନିକ ଅଧିକାରୀ ଅଧ୍ୟାପକ ତେଜେଶ୍ଵର ନାୟକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ପ୍ରମୁଖ ଉପସ୍ଥିତ ରହି ଆତ୍ମରକ୍ଷା ତାଲିମ ର ମୂଳ ଉଦେଶ୍ୟ ଓ କାର୍ଯ୍ୟକାରିତା ସମ୍ପର୍କରେ ଉଦବୋଧନ ଦେଇ ଉପସ୍ଥିତ ଛାତ୍ରୀ ମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ଛାତ୍ରୀ ମାନେ ମଧ୍ୟ ନିଜ ନିଜର ଅନୁଭୂତି ବଖାଣି ଥିଲେ।

 କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, କୋରାପୁଟ ପ୍ରଥମ ଖବର

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ