।। ଏକବିଂଶତମ ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ।।

ରାୟଗଡା, ତା-୮/୧୨/୨୩ ଆଜି ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ରାୟଗଡ ଜିଲ୍ଲା ଯୋଜନା କମିଟି ବୈଠକ ଏକ ବିଂଶତମ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅତୁନୁ ସବ୍ୟସାଚୀ ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବୈଠକରେ ବିଂଶତମ ଜିଲ୍ଲା ଯୋଜନା ବୈଠକ କାର୍ଯ୍ୟଧାରା ବିବରଣୀକୁ ଦୃଧିକରଣ କରାଯାଇଥିଲା l ପ୍ରାରମ୍ଭରେ ଜିଲ୍ଲାପାଳ ସ୍ଵଧାଦେବ ସିଂ ସମସ୍ତଙ୍କୁ ସ୍ଵାଗତ ଜଣାଇ ବୈଠକରେ ଆଲୋଚନା ହେବାକୁଥିବା ବିଷୟ ବସ୍ତୁ ସମ୍ପର୍କରେ ସୂଚନା ଦେଇଥିଲେ ଏବଂ ମାନ୍ୟବର ମନ୍ତ୍ରୀ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ, ଅନ୍ୟତମ ମନ୍ତ୍ର ଶ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲୀ, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସରସ୍ବତୀ ମlଝିଙ୍କ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କହଁର ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ମାନ୍ୟବର ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ସମସ୍ତଙ୍କୁ ଶୁଭେଚ୍ଛା ଓ କୃତଜ୍ଞତା ଜଣାଇଥିଲେ l ଜିଲ୍ଲାର ଉନ୍ନତି ଓ ବିକାଶ କ୍ଷେତ୍ରରେ ଯେଉଁଠାରେ ଆବଶ୍ୟକତା ରହିଛି, ସେଥିରେ ପୂର୍ଣ୍ଣ ଭାବରେ ସହଯୋଗ କରିବାକୁ ମନ୍ତ୍ରୀ ମହୋଦୟ କହିଥିଲେ ଏବଂ ଏଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ଯୋଜନା କମିଟି ବୈଠକରେ ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ଯାହା ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ, ତାହାକୁ ଅନୁମୋଦନ କରାଯାଇ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ବୈଠକରେ ଜିଲ୍ଲାର ବିକାଶ ପାଇଁ ବିଜୁ କେବିକେ ଯୋଜନା ଜିଲ୍ଲାଞ୍ଚଳ ପ୍ରକଳ୍ପ ବିଶେଷ କରି ବିଜୁଳି, ସଡ଼କ ଓ ପାଣି ସହିତ ଆନ୍ୟାନ୍ୟ ସାମଗ୍ରିକ ବିକାଶ ନିମନ୍ତେ ଆମ ଓଡିଶା ନବୀନ ଓଡିଶା ଯୋଜନାରେ ପ୍ରତେକ ବ୍ଲକକୁ ୫୦ଲକ୍ଷ୍ୟ ଟଙ୍କାର ସର୍ବ ମୋଟ୫ଲକ୍ଷ ୫୦ ହଜାର ଟଙ୍କାର ଚିଠାକୁ ଅନୁମୋଦନ କରାଯାଇଥିଲା l ବିଗତ ଆର୍ଥିକ ବର୍ଷ ୨୦୨୧-୨୨ଆର୍ଥିକ ବର୍ଷରେ ରାୟଗଡ ଜିଲ୍ଲାକୁ ରାଜ୍ୟ ଯୋଜନା ପାଣ୍ଠି, କେନ୍ଦ୍ରୀୟ ଯୋଜନା ପାଣ୍ଠି ଏବଂ କେନ୍ଦ୍ରୀୟ ପ୍ରଯୋଜିତଯୋଜନା ପାଣ୍ଠି ମାଧ୍ୟମରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ବିଭିନ୍ନ ଉନ୍ନୟନ ବିଭାଗ ବାବଦକୁ ମୋଟ ୧୨୦୯କୋଟି ୬୩ଲକ୍ଷ ୦୩ହଜାର ଅନୁଦାନ ରାଶି ପ୍ରାପ୍ତ ଅନୁଦାନ ରାଶି ବିନିଯୋଗ ହୋଇଥିବା ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ପ୍ରକାଶ କରିଥିଲେ l ସେହିପରି ଆର୍ଥିକ ବର୍ଷ ୨୦୨୨-୨୩ରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ୧୨୬୬କୋଟି ୯୦ଲକ୍ଷ ୫୮ହଜାର ଟଙ୍କlର ଜିଲ୍ଲାର ବିଭିନ୍ନ ବିଭାଗ ଦ୍ୱାରା ଉନ୍ନୟନ ମୂଳକ ପ୍ରକଳ୍ପ ପାଇଁ ବିନିଯୋଗ କରାଇଛି l ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଜିଲ୍ଲାର ବାର୍ଷିକ ଯୋଜନା ଚିଠା ବିଭିନ୍ନ ଉନ୍ନୟନ ବିଭାଗର ଯୋଜନା ମୂଳକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ୧୪୬୩୩୦.୮୬ଟଙ୍କାର ଚିଠା କମିଟି ଦ୍ୱାରା ଅନୁମୋଦନ କରାଗଲା l କ୍ରିଟିକାଲ ଗେପ ଫୋଣ୍ଡ ଯୋଜନାରେ ଆର୍ଥିକ ୨୦୨୩-୨୪ ବର୍ଷ ପାଇଁ ଵିଷମ କଟକ ବିଧାନସଭା ନିର୍ବାଚନ ମଣ୍ଡଳୀ ୩୨ଲକ୍ଷ ଓ ଗୁଣୁପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୨ଲକ୍ଷ ଟଙ୍କାର ଅନୁମୋଦନ କରାଗଲା l ଏହି ବୈଠକରେ ରାୟଗଡ ଜିଲ୍ଲା ଜିଲ୍ଲାରେ ପିଇବା ପାଣି,ବିଜୁଳି, ସଡ଼କ ଓ ଯୋଗାଯୋଗ ନିହାତି ଆବଶ୍ୟକ ହୋଇଥିବାରୁ ଏସବୁ ସୁବ୍ୟବସ୍ଥା କରିବା ପାଇଁ ବୈଠକରେ ମାନ୍ୟବର ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ । ଏହି ବୈଠକରେ ମାନ୍ୟବର , ବିଧାୟକ ରାୟଗଡ ଶ୍ରୀ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ ,ପୂର୍ବତନ ରାଜ୍ୟସଭା ସାଂସଦ ଏନ. ଭାସ୍କର ରାଓ,ସମସ୍ତ ଯୋଜନା କମିଟର ସଦସ୍ୟ, ସଦସ୍ୟା ମାନେ, ବିଭନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ l ଜିଲ୍ଲା ଯୋଜନା କମିଟିର ସମସ୍ତ ସଭ୍ୟ, ସଭ୍ୟା ପ୍ରମୁଖ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ଶେଷରେ ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କହଁର ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।
ମୁନିଗୁଡ଼ା ରୁ ସଞ୍ଜୟ କୁମାର ନାଗ ଙ୍କ ରିପୋର୍ଟ କୋରାପୁଟ ପ୍ରଥମ ଖବର
What's Your Reaction?






