ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି ୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ

Aug 4, 2025 - 12:32
 0  20
ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି ୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୦୪.୦୮.୨୦୨୫ ରିଖ: ଓଡ଼ିଶା ରାଜସ୍ୱ ଅମଲା ସଂଘର ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୯ ଦଫା ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କର ଆହେତୁକ ବିଳମ୍ବ ହେତୁ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ପରିପ୍ରେକ୍ଷୀରେ, ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘର ରାଜ୍ଯ ସଭାପତି ତ୍ରିପତି ବାଲାଜୀ ସାହୁ ,ଖଣ୍ଡିୟ ସଭାପତି କୈଳାଶ ଚନ୍ଦ୍ର ଦାସ ଙ୍କ ଉପସ୍ଥିତିରେ ଜିଲ୍ଲା ଶାଖା, ନବରଙ୍ଗପୁର ସଭାପତି ଆଶୁତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ! ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା ! ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାୟୀ ଲେବେଲ- ୯ କୁ ବୃଦ୍ଧି କରାଯାଉ ! ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ ! ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ ! ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାୟୀ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ ! ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ ! ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ ! ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି ! କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି ! ଏହି ପରିପ୍ରେକ୍ଷୀରେ, ରାଜ୍ୟ ସରକାର ଆଗାମୀ ୧୦ ଅଗଷ୍ଟ ୨୦୨୫ ତାରିଖ ମଧ୍ୟରେ ଉପରୋକ୍ତ ଦାବୀ ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଅଗଷ୍ଟ ୧୧ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ସମ୍ପାଦକ ମୈଥିଲୀ ପଟ୍ଟନାୟକ ପ୍ରକାଶ କରିଥିଲେ ! ଏହି ଅବସରରେ ,ନିତେଶ ରଥ, ବୈକୁଣ୍ଠନାଥ ନାୟକ,ପଦଲାମ ଭତ୍ରା ,ସୌରଭ ଦାସ,ସାଗର ଚୌଧୁରୀ,ସତ୍ୟ ନାରାୟଣ ସାହୁ, ଆକାଶ ଗଣ୍ଡ, ମନମୋହିନୀ ହାଲଦାର, ଜ୍ୟୋତି ପ୍ରଭା ମାଝୀ, ଅରୁଣ ବେହେରା, ଦୀପକ ଗଉଡ, ରଞ୍ଜନ କୁମାର ବିଶ୍ବାସ, ହେନା କସୁର, ସାହିଦ ଅକତାର, ମନୋରଞ୍ଜନ ସ୍ୱାଇଁ, ପ୍ରମୁଖ ଉପସ୍ଥିତ ଥିଲେ ! କାର୍ଯ୍ୟକ୍ରମଟିକୁ ଉପ ସଭାପତି ଧନୁର୍ଯୟ ମାଝୀ ସଭା ପରିଚାଳନା କରିଥିଲେ !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ