କୋମନା ବ୍ଲକ୍ ରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Feb 17, 2025 - 20:47
 0  10
କୋମନା ବ୍ଲକ୍ ରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା : କୋମନା ବ୍ଲକ୍ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ 102 ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ 81 ଟି ବ୍ୟକ୍ତିଗତ 19 ଟି ଗୋଷ୍ଠୀଗତ ଓ 2 ଟି ରେଡ୍ କ୍ରସ୍ ସାହାଯ୍ୟ ସମ୍ବନ୍ଧୀୟ ଥିଲା lଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଅସହାୟ ବିଧବା ସାହାନୀ ବାଗ୍ , ଗାଁ ବୁଦ୍ଧି କୋମନାଙ୍କୁ ଦଶ ହଜାର ଟଙ୍କା ଏବଂ ଭିନ୍ନକ୍ଷମ ବେଦବ୍ୟାସ ବାର୍ଗେ, କୋମନାଙ୍କୁ ପାଞ୍ଚ ହଜାର ଟଙ୍କାର ଆଶୁ ସହାୟତା ଜିଲ୍ଲା ରେଡକ୍ରସ ପାଣ୍ଠି ରୁ ଯୋଗାଇ ଦିଆ ଯାଇଥିଲା l ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ସହିତ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରଣଜିତ୍ ନାୟକ,ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧରଣୀଧର ସେନାପତି, ବ୍ଲକ୍ ଅଧ୍ୟକ୍ଷା ଅନୁସୁୟା କୁମ୍ଭାର, ବ୍ଲକ୍ ଉପାଧ୍ୟକ୍ଷ ଜୟଦେବ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ମୂରଲୀଧର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l କୋମନା ବିଡ଼ିଓ ହେମନ୍ତ ପୁଟା, ତହସିଲଦାର ପ୍ରୟାଶୀ ପ୍ରଧାନ,ଡେପୁଟି କଲେକ୍ଟର ଶେଖ୍ ନସିମ, ଏ ବିଡ଼ିଓ ଭକ୍ତବନ୍ଧୁ ବୁଡେକ୍ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ , କର୍ମଚାରୀ ଏବଂ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିରର ଆୟୋଜନ ହୋଇଥିଲା, ଯେଉଁଠାରେ ବିଶେଷଜ୍ଞ ଡଃ ରମେଶ ଚନ୍ଦ୍ର ପାଠକ, ଡଃ ଧନଞ୍ଜୟ ଭୋଇ, ଡଃ ସୌମ୍ୟ ପ୍ରସାଦ ମିଶ୍ର ଏଵଂ ସ୍ଵାସ୍ଥ୍ୟ ବିଭାଗ କର୍ମଚାରୀ ଚିକିତ୍ସା ସୁବିଧା ଯୋଗାଇ ଦେଇଥିଲେ l ସେହିପରି ସ୍ଥାନୀୟ ଚିକିତ୍ସାଳୟ ରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଆୟୋଜନ ହୋଇଥିଲା l ଏଠାରେ ଟାଟା ପାୱାର କମ୍ପାନୀ ର 6 ଜଣ କର୍ମଚାରୀ ରକ୍ତଦାନ କରିଥିଲେ l ଏମାନଙ୍କୁ ବ୍ଲକ୍ ଅଭିଯୋଗ ଶୁଣାଣୀ ଶିବିରରେ ମାନପତ୍ର ଦେଇ ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଥିଲେ l

ନୂଆପଡ଼ାରୁ ବିଶ୍ୱନାଥ ସlମଲଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ