ଖଡିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Jan 20, 2025 - 20:29
 0  15
ଖଡିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା,ତା - 20/01 /25 ଆଜି ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂ ଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଆଜି ଶିବିରରେ 77 ଟି ବ୍ୟକ୍ତିଗତ , 9 ଟି ଗୋଷ୍ଠୀଗତ ମୋଟ 86 ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଗୋଇମୁଣ୍ଡି ଗାଁର ବୃଦ୍ଧା ଉର୍ମିଲା ଜଗତ ଙ୍କୁ ରେଡକ୍ରସ୍ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କାର ତତ୍କାଳିନ ସହାୟତା ଯୋଗାଇ ଦିଆଯାଇଥିଲା l ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ଡି ପି ଓ ଙ୍କ ସହିତ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ବ୍ଲକ୍ ଉପାଧ୍ୟକ୍ଷ ଗୌତମ ତାଣ୍ଡି ,ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧରଣୀଧର ସେନାପତି ପ୍ରମୁଖ ଉପସ୍ଥିତ ଥିଲେ l ଶିବିର ପରିଚାଳନା ରେ ଡେପୁଟି କଲେକ୍ଟର ଶେଖ୍ ନସିମ, ବିଡ଼ିଓ ନରସିଂହ ଗଡବା , ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାୟକ, ଇ ଓ ଖରୀଆର ଏନ୍ ଏ ସି ସ୍ଵାଧୀନ ମହାରଣା ପ୍ରମୁଖ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ,ବ୍ଲକ ସ୍ତରୀୟ ଅଧିକାରୀ , କର୍ମଚାରୀ ଏବଂ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଳକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ଓ ସ୍ଥାନୀୟ ଡାକ୍ତରଖାନାରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା l

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ