ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

Mar 7, 2025 - 17:53
 0  7
ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ନିକଟସ୍ଥ ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ରାଇକିଆ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ ରାଇକିଆ ପଞ୍ଚାୟତ ସାହିର ଦିନେଶ ନାୟକ (୨୮) । ନଦୀକୁ ଗାଧୋଇବା ପାଇଁ ଯାଇଥିବାବେଳେ କୌଣସି କାରଣ ବଶତଃ ଖସି ଯାଇ ପାଣିରେ ପଡି ଯାଇ ତାଙ୍କର ମୃତ୍ୟୁ ଘଟିଥିଲା । ସେଠାରେ କୌଣସି ଲୋକ ନ ଥିବାରୁ ତୁରନ୍ତ ତାଙ୍କୁ କେହି ବି ଉଦ୍ଧାର କରି ପାରି ନ ଥିଲେ। ଆଖପାଖ ଲୋକେ ଗାଧୋଇଆସିବା ସମୟରେ ଦେଖି ସଙ୍ଗେ ସଙ୍ଗେ ରାଇକିଆ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଖବର ଦେବାପରେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।

 କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ