ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗୀୟ କାର୍ଯ୍ୟାଳୟ ପରିଦର୍ଶନ କଲେ ଜିଲ୍ଲାପାଳ
*ଝାରସୁଗୁଡ଼ା, ୧୩/୦୮(ଫାଷ୍ଟ ନ୍ୟୁଜ ଓଡ଼ିଶା):* ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣ ଆଜି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗୀୟ କାର୍ଯ୍ୟାଳୟ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ପରିଦର୍ଶନ ସମୟରେ ଆର୍.ଡବ୍ଲ୍ୟୁ.ଏସ୍.ଏସ୍. ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ମାରାଣ୍ଡିଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ପରିଦର୍ଶନ କାଳରେ ଜିଲ୍ଲାପାଳ ବିଭାଗର କାର୍ଯ୍ୟକାରିତା, କର୍ମଚାରୀଙ୍କ ଉପସ୍ଥିତି, ଚାଲୁରହିଥିବା ପ୍ରମୁଖ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର ଅଗ୍ରଗତି, ପ୍ରତ୍ୟେକ ଗ୍ରାମୀଣ ପରିବାରକୁ ନଳ ଜଳ ଯୋଗାଣ କଭରେଜ୍, ନୂତନ ନଳକୂପ ଖନନ, ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଏବଂ ସମଗ୍ର ଜିଲ୍ଲାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିସ୍ତୃତ ସମୀକ୍ଷା କରିଥିଲେ। ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ବିଶୁଦ୍ଧ ଏବଂ ସୁରକ୍ଷିତ ପାନୀୟ ଜଳ ଯୋଗାଇଦେବା ପ୍ରଶାସନର ମୁଖ୍ୟ ପ୍ରାଥମିକତା ବୋଲି ଜିଲ୍ଲାପାଳ ପ୍ରକାଶ କରିବା ସହ ବାକି ରହିଥିବା ମେଗା ପାନୀୟ ଜଳ ପ୍ରକଳ୍ପଗୁଡ଼ିକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ତ୍ୱରିତ ପଦକ୍ଷେପ ଗ୍ରହଣ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ, ଯାହାଦ୍ୱାରା ଗ୍ରାମାଞ୍ଚଳବାସୀ ନିୟମିତ ଓ ସୁରକ୍ଷିତ ପାନୀୟ ଜଳ ପାଇପାରିବେ।
ଝାରସୁଗୁଡ଼ା ରୁ ସମୀର କୁମାର ପଟେଲଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ ଓଡ଼ିଶା
What's Your Reaction?
Like
1
Dislike
0
Love
0
Funny
0
Angry
0
Sad
0
Wow
0