ଚନ୍ଦାହାଣ୍ଡି ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ !

1.
ଚନ୍ଦାହାଣ୍ଡି ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ !
ନବରଙ୍ଗପୁର, ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଯଦୁମଣି ନାୟକ, ଭାରପ୍ରାପ୍ତ ବି ଡି ଓ ମନୋଜ ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ !
ଏହି ଜନ ଶୁଣାଣି ଶିବିରରେ ମୋଟ ୩୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୩୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଚିହ୍ନଟ ୨ ଜଣ ଦିବ୍ୟାଙ୍ଗ ଙ୍କୁ ହୁଈଲ ଚେୟାର ଓ ୧୮ଜଣ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ଦିବ୍ୟଙ୍ଗଙ୍କୁ ମାସିକ ସହାୟତା ୧୦୦୦ ଟଙ୍କା କାର୍ଡ ପ୍ରଦାନ କରାଯାଇଥିଲା ! ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






