ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Feb 24, 2025 - 21:20
 0  9
ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା : ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଭାରପ୍ରାପ୍ତ ଜିଲ୍ଲାପାଳ ଭୀମସେନ ଶବର ଓ ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଆଜି ଶିବିରରେ 75 ଟି ବ୍ୟକ୍ତିଗତ , 16 ଟି ଗୋଷ୍ଠୀଗତ ମୋଟ 91 ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଓ ଏସ୍ପି ଙ୍କ ସହିତ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ L ଶିବିର ପରିଚାଳନାରେ ଡେପୁଟି କଲେକ୍ଟର ଶେଖ୍ ନସିମ, ବିଡ଼ିଓ ନରସିଂହ ଗଡବା , ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାୟକ, ଇ ଓ ଖରୀଆର ଏନ୍ ଏ ସି ସ୍ଵାଧୀନ ମହାରଣା ପ୍ରମୁଖ ସହଯୋଗ କରିଥିଲେ L ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ,ବ୍ଲକ ସ୍ତରୀୟ ଅଧିକାରୀ , କର୍ମଚାରୀ ଏବଂ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଳକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ଓ ସ୍ଥାନୀୟ ଡାକ୍ତରଖାନାରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା L ବିଦ୍ୟୁତ୍ ବିଭାଗର 6 ଜଣ କର୍ମଚାରୀ ରକ୍ତଦାନ କରିଥିବାରୁ ସେମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଥିଲା।

 ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ