ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୩/୦୮/୧୦୨୫ ରିଖ: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ନୋଡାଲ ସରକାରୀ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ତାର।ଗାଁ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି ! ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା ! ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭିସ୍ପା ଗୋଛାୟତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ କର୍ମକ୍ଷେତ୍ରରେ ମହିଳା ମାନଙ୍କ ଉପରେ ହେଉଥିବା ଯୌନ ନିର୍ଯାତନା ଏବଂ ଏହାର ପ୍ରତିରୋଧ, ନିଷେଧ ଓ ନିରାକରଣ ଆଇନ-୨୦୧୩ ଏବଂ ଅଧାରୁ ପାଠ ଛାଡିଥିବା ଶିଶୁ ମାନଙ୍କୁ ପୁର୍ନବାର ନାମ ଲେଖେଇବା ପାଇଁ ଆଇନ ବିଷୟରେ ସଚେତନତା ଶିବିରରେ ଆଲୋକପାତ କରାଯାଇଥିଲା ! ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥିଭାବେ ରାଜ କିଶୋର ନାଗ,ଉପ ମୁଖ୍ୟ ଆଇନ ଗତ ସହାୟତା ପ୍ରତିରକ୍ଷା ପରାମର୍ଶଦାତା,ନବରଙ୍ଗପୁର, ମନୋରମା ମାଝି, ସମାଜସେବୀ, ନବରଙ୍ଗପୁର, କେଶବ ମେହେର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ନବରଙ୍ଗପୁର, ସନ୍ଦୀପ ପଣ୍ଡା, ପ୍ରଧାନ ଶିକ୍ଷକ,ନୋଡାଲ ସରକାରୀ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ତାର।ଗାଁ ଓ ପାରା ଲିଗାଲ ସଦସ୍ୟ ଓ ପାନେଲ ଲଇୟାର, ପ୍ରମୁଖ ଯୋଗ ଦେଇଥିଲେ ! ପରିଶେଷରେ ସନ୍ଦୀପ ପଣ୍ଡା, ପ୍ରଧାନ ଶିକ୍ଷକ, ନୋଡାଲ ସରକାରୀ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ତାର।ଗାଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ! ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






