ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ଆଡମ୍ବର ସହକାରେ ପାଳିତ

Nov 16, 2024 - 17:12
 0  36
ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ଆଡମ୍ବର ସହକାରେ ପାଳିତ

ବାରିପଦା,ତା- ୧୬.୧୧.୨୦୨୪ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ସଦ୍ଭାବନା ସଭା ଗୃହ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇଛି । ସମାରୋହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା, ମୁଖ ଅତିଥି ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିବା ସହ କହିଥିଲେ ଯେ ଗଣମାଧ୍ୟମ ହେଉଛି ସମାଜର ଦର୍ପଣ, ସମାଜରେ ଘଟୁଥିବା ପ୍ରତ୍ୟେକ ନୀତି-ଅନୀତି, ଉନ୍ନତି-ଅବନତି ଏବଂ ବିଭିନ୍ନ ବିଷୟ ଉପରେ ଦେଖାଯାଉଥିବା ମତ ଓ ଭିନ୍ନମତକୁ ଲୋକଲୋଚନକୁ ଆଣିବା ହେଉଛି ଗଣମାଧ୍ୟମର ଦାୟିତ୍ୱ । ଏହି ଦାୟିତ୍ୱକୁ ଯେଉଁ ଗଣମାଧ୍ୟମ ସଠିକ୍‌ ଭାବେ ତୁଲାଇ ଜନସମାଜର ବିକାଶ ସହିତ ଏକ ସକାରାତ୍ମକ ପରିବେଶ ସୃଷ୍ଟି କରିବାରେ ସହାୟକ ହୁଅନ୍ତି, ସେମାନେ ହେଉଛନ୍ତି ବାସ୍ତବରେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ମୁସଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଶାନ୍ତନୁ କୁମାର ନାୟକ, ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ସବିତା ମାଝୀ ଓ ବରିଷ୍ଠ ସାମ୍ବାଦିକ ଶ୍ରୀ କଲ୍ୟାଣ କୁମାର ସିହ୍ନା ଯୋଗ ଦେଇ ଏହି ପାଳନୀଯ ଜାତୀୟ ଦିବସକୁ ସାଫଲ୍ୟ ମଣ୍ଡିତ କରାଇଥିଲେ । ପ୍ରକାଶ ଥାଉକି, ଚଳିତ ବର୍ଷ ପାଇଁ ପ୍ରେସ କାଉନ୍ସିଲ ଅଫ ଇଣ୍ଡିଆ ପକ୍ଷରୁ "ଗଣମାଧ୍ୟମର ପରିବର୍ତ୍ତିତ ସ୍ୱରୁପ" ବିଷୟବସ୍ତୁ ସ୍ଥିରୀକୃତ ହୋଇଥିଲା। ଏଣୁ ସାମ୍ପ୍ରତିକ ନୂତନ ଡିଜିଟାଲ୍/ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଯୁଗରେ ବିଭିନ୍ନ ଡିଜିଟାଲ ଉପକରଣର ବ୍ୟବହାର କରି ସୂଚନାକୁ ଯଥାଶୀଘ୍ର ଲୋକଙ୍କୁ ପରିବେଷଣ କରିବା ସହ ସାମ୍ବାଦିକତାର ବିକାଶ ଉପରେ ଆଲୋକପାତ କରେ ବିଭିନ୍ନ ପରିବର୍ତ୍ତନଗୁଡିକ ସତ୍ତ୍ୱେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ହୋଇ ସଠିକ ତଥ୍ୟ ଲୋକଲୋଚନକୁ ଆଣିବା ସହ ଜନସାଧାରଣଙ୍କ ଆଗରେ ସତ୍ୟତା ପ୍ରତିପାଦନ କରିବା ହେଉଛି ସାମ୍ବାଦିକତାର ମୂଳମନ୍ତ୍ର, ତେଣୁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ସାମ୍ବାଦିକତାର ମୂଳମନ୍ତ୍ରକୁ ପାଥେୟ କରି କର୍ଜ୍ୟକରିବା ସହ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଶାସନ ସହିତ ସମନ୍ଵୟ ରଖି କାର୍ଯ୍ୟ କରିବା ଉଭୟଙ୍କ ପାଇଁ ନିହାତି ଜରୁରୀ ବୋଲି ଏହି ପାଠ୍ୟ ଚକ୍ରରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ନାୟକ କହିଥିଲେଯେ ସମ୍ବାଦିକତା ମାଧ୍ୟମରେ ଏକ ସୁସ୍ଥ ଗଣତନ୍ତ୍ର ପାଇଁ ସମ୍ପ୍ରଦାୟକୁ ସଂଯୋଗ କରିବା ସହ ସମାଜକୁ ଅବଗତ କରାଇବାରେ ଗଣମାଧ୍ୟମ ପରତିନିଧିଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ,ତେଣୁ ସମୟର ତାଳ ସହ ତାଳ ମିଶାଇ ନିଜକୁ ଶିକ୍ଷିତ ଏବଂ ଉନ୍ନତ କରିବା ଆବଶ୍ୟକ। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଉପ ବିଭାଗ ଆନୁକୁଲ୍ଯରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତର ଗଣମାଧ୍ୟମ ପ୍ରତିନିଧି ମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଜାତୀୟ ପ୍ରେସ ଦିବସ ପାଳନର ମୁଖ୍ୟ ଉଦେଶ୍ୟ ବିଷୟରେ ଆଲୋଚନା କରିବା ସହିତ ସମ୍ବାଦିକତାର ଗାରିମାକୁ ବଜାଇରଖିବା ଏବଂ ଏକତ୍ରିତ ହୋଇ ପ୍ରସାଶନ ସହ ସମନ୍ଵୟ ରଖି କାର୍ଯ୍ୟ କରିବା ପାଇଁ କହିଥିଲେ। ପରିଶେଷରେ, ସାମ୍ବାଦିକ ବନ୍ଧୁ ମାନଙ୍କ ମଧ୍ୟରେ ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା ଏବଂ ଦିବସଟିକୁ ଆଡମ୍ବରରେ ସମସ୍ତେ ପାଳନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ପ୍ରଧାନ ସମସ୍ତ କାର୍ଯ୍ୟ ସଂଚାଳନ କରିଥିବା ବେଳେ ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି, ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ଏହି ଦିବସବ୍ୟାପୀ ସମାରୋହକୁ ସଫଳ କରାଇଥିଲେ।

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ