ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୭.୦୩.୨୦୨୫:ରିଖ ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ ଚନ୍ଦ୍ର ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ଶ୍ରୀମତି ବୀଣା ମାଝୀ ଓ ବି ଡି ଓ ଶରତ ମାଝୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୨୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥି ମଧ୍ୟରୁ ୧୫ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଜିଲ୍ଲାପାଳ ଡ଼ା ମହାପାତ୍ର ୪ ଜଣଙ୍କୁ ସାମାଜିକ ସୁରକ୍ଷା ବିଭାଗ ପ୍ରଦତ୍ତ ହୁଇଲ ଚେୟାର କୁ ପ୍ରଦାନ କରିଥିଲେ !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






