ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୨୩.୧୨.୨୦୨୪: ରିଖ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ,ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ବୀଣା ମାଝୀ,ବି ଡି ଓ ଶରତ ମାଝୀଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୪ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଏହି ଅବସରରେ ସୁଶାସନ ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ଏବଂ ୨ ଜଣଙ୍କୁ ହୂଇଲ ଚେୟାର ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






