ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀରେ ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳିତ* *୪୩ ଜଣ ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ; ୬୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ଯୋଗଦାନ*

Nov 15, 2026 - 22:39
 0  2
ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀରେ ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳିତ*  *୪୩ ଜଣ ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ; ୬୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ଯୋଗଦାନ*

* ବାରିପଦା,(୧୫/୧୧): ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମଜୟନ୍ତୀ ଅବସରରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ବାରିପଦାସ୍ଥିତ ସହିଦ ସ୍ମୃତି ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ଅଦମ୍ୟ ସାହସ, ଦେଶପ୍ରେମ, ଜନଜାତି ସମାଜର ଅଧିକାର ସୁରକ୍ଷା ଏବଂ ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅବିସ୍ମରଣୀୟ ଅବଦାନକୁ ସ୍ମରଣ କରାଯାଇଥିଲା । କାର୍ଯ୍ୟକ୍ରମରେ ବାରିପଦା ବିଧାୟକ ପ୍ରକାଶ ଚନ୍ଦ୍ର ସୋରେନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ବିଶିଷ୍ଟ ସମାଜସେବୀ କାନ୍ଦ୍ରା ସୋରେନ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ମୟୂରଭଞ୍ଜର ପ୍ରଭାଗୀୟ ଶ୍ରମ ଆୟୁକ୍ତ ନରେନ୍ଦ୍ର କୁମାର ଗଇପାଇ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଅତିଥିମାନେ ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ, ସଂଗ୍ରାମ ଓ ଜନଜାତି ସମାଜ ପ୍ରତି ତାଙ୍କର ଅବଦାନ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ୩୮ ଜଣ ହିତାଧିକାରୀଙ୍କୁ ନିର୍ମାଣ ଶ୍ରମିକ କାର୍ଡ ପ୍ରଦାନ କରାଯାଇଥିଲା । ଏଥିସହ ୪ ଜଣ ନିର୍ମାଣ ଶ୍ରମିକ କାର୍ଡଧାରୀଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ବିବାହ ସହାୟତା ଏବଂ ଜଣେ ବିଧବା ନିର୍ମାଣ ଶ୍ରମିକ କାର୍ଡଧାରୀଙ୍କୁ ୩ ଲକ୍ଷ ୫ ହଜାର ଟଙ୍କାର ଆର୍ଥିକ ସହାୟତା ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ଅଞ୍ଚଳରୁ ପ୍ରାୟ ୬୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏବଂ ଜନସାଧାରଣ ଏଥିରେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଅଜୟ କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମ୍ପାଦିତ ହୋଇଥିଲା । ଆକାଶବାଣୀ ସମ୍ବଲପୁର ଉଦଘୋଷକ ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବାବେଳେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ସନତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମର ସଫଳ ଆୟୋଜନରେ ବିଭାଗୀୟ ଅନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ