ନବରଙ୍ଗପୁର ଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ

Jan 23, 2025 - 17:15
 0  72
ନବରଙ୍ଗପୁର ଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୨୩.୦୧.୨୦୨୫:ରିଖ ନବରଙ୍ଗପୁର ସହର ରେ ସ୍ଥାପିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଠାରେ ସକାଳ ଘ ୮.୩୦ ମି ସମୟରେ ମାଲ୍ୟାର୍ପଣ ଏବଂ ପୁଜ୍ୟ ପୂଜା ସହ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ ହୋଇଯାଇଅଛି ! ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ମହାପୁରୁଷ ସୁବାଷ ବୋଷ ଙ୍କ ସାହସ, ନିର୍ଭୀକତା ,ଦେଶ ପ୍ରୀତି ର ଅବତାରଣା କରି ମୁକ୍ତି ସଂଗ୍ରାମ ର ସଶସ୍ତ୍ର ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ! ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି ଜୟନ୍ତୀ ପାଳନ ସମାରୋହରେ ସ୍ଥାନୀୟ ଏକ୍ସ ବୋର୍ଡ ବିଦ୍ୟାଳୟର ଛାତ୍ରୀ,ଶିକ୍ଷୟତ୍ରୀ ଙ୍କ ଗ୍ରହଣରେ ସାମୁହିକ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ! ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା ସମସ୍ତଙ୍କୁ ସ୍ବାଗତ କରି ମହାନ୍ ସ୍ଵାଧୀନତା ସଂଗ୍ରାମୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୀବନୀ,ଆଜାଦ ହିନ୍ଦ୍ ଫଉଜ୍ ର ଗଠନ ଓ ଇଂରେଜ ଶାସନ ବିରୁଦ୍ଧରେ ସଶସ୍ତ୍ର ସଂଗ୍ରାମକୁ ବ୍ୟାଖ୍ୟା କରି ମହାନ୍ ନେତୃତ୍ବକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ! ଜୟନ୍ତୀ ସମାରୋହରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପାତ୍ର,ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ,ଡି ପି ଇ ଦିଲ୍ଲୀପ ପଟ୍ଟନାୟକ ଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ