ନବରଙ୍ଗପୁର ଠାରେ ସହିଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ପାଳିତ

Mar 30, 2025 - 06:55
 0  69
ନବରଙ୍ଗପୁର ଠାରେ ସହିଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ପାଳିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା; ୨୯.୦୩.୨୦୨୫: ସ୍ଥାନୀୟ ସହିଦ ଲକ୍ଷ୍ମଣ ନାୟକ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସ୍ଥାପିତ ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଓ ପୂଜ୍ୟପୂଜା ସହ ସ୍ମୃତି ସଭା,ପୁରସ୍କାର ବିତରଣ ଉତ୍ସବରେ ସହିଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ସ୍ମୃତିଚାରଣ ପୂର୍ବକ ପାଳିତ ହୋଇଯାଇଛି ! ସକାଳ ୯.୦୦ ଘ ସମୟରେ ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ କାର୍ଯ୍ୟଳୟ ଦ୍ୱାରା ଆୟୋଜିତ ତିରୋଧାନ ଦିବସ ପାଳନ ସଭାରେ ସାହିତ୍ୟିକ ବିଜୟ ଚୌଧୁରୀ, ମୁଖ୍ୟ ବକ୍ତା ଡ ବିଜୟ ମିଶ୍ର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ରେଶମ୍ ଲାଲ୍ ନାୟକ,ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା,ଜିଲ୍ଲା ସଂସ୍କୃତି ଅଧିକାରୀ ଘାଷିଆ ହରିଜନ,ନବରଙ୍ଗପୁର ମହାବିଦ୍ୟାଳୟ ଉପାଧ୍ୟକ୍ଷ ସଂଗୀତା ତ୍ରିପାଠୀ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଦ୍ରପୌଦୀ କହଁର ପ୍ରମୁଖ ଅତିଥି ଭାବେ ଯୋଗଦେଇ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ସହ ପୂଜ୍ୟପୂଜା କରିଥିଲେ ! ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସ୍କୁଲ ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ସହର ର ବୁଦ୍ଧିଜୀବୀ,ଗଣ ମାଧ୍ୟମ ପ୍ରତିନିଧି ଯୋଗ ଦେଇ ମହାନ୍ ବିପ୍ଳବୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ! ପ୍ରାରମ୍ଭ ରେ ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା ସହିଦ ଲକ୍ଷ୍ମଣ ନାୟକଙ୍କ ଜୀବନୀ ଓ ସଂଗ୍ରାମ ଉପରେ ସମ୍ୟକ୍ ସୁଚନା ଦେଇ ସମସ୍ତଙ୍କୁ ସ୍ଵାଗତ କରିଥିଲେ ଓ ସଭା ପରିଚାଳନା କରିଥିଲେ ! ସ୍ମୃତିସଭାରେ ସହିଦ ଲକ୍ଷ୍ମଣ ନାୟକ ବିଦ୍ୟାପୀଠ ସହ ବିଭିନ୍ନ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ସହ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ! ଅତିଥି ଗଣ ନିଜ ବକ୍ତବ୍ୟରେ ସହିଦ ଲକ୍ଷ୍ମଣ ନାୟକଙ୍କ ଜୀବନୀ,ସ୍ଵାଧୀନତା ସଂଗ୍ରାମରେ ନେତୃତ୍ୱ,ସାହସିକତା,ସାମାଜିକ ନ୍ୟାୟ ,ଜାତିପ୍ରିତି ,ଦେଶପ୍ରେମକୁ ବର୍ଣ୍ଣନା କରିବା ସଙ୍ଗେ ସଙ୍ଗେ ତାଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବାକୁ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ଆହ୍ବାନ କରିଥିଲେ ! ସହିଦ ଲକ୍ଷ୍ମଣ ନାୟକଙ୍କ ଜୀବନୀ ସଂପର୍କିତ ଉଚ୍ଚ ପ୍ରାଥମିକ ସ୍ତରରେ ଅନୁଷ୍ଠିତ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥି ଗଣ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରିଥିଲେ ! ତିରୋଧାନ ଦିବସ ପାଳନ କାର୍ଯ୍ୟକ୍ରମରେ ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀ ଦିଲ୍ଲୀପ କୁମାର ମଲ୍ଲିକ,ବନମାଳୀ ଗୋଛି, ନୀଳକଣ୍ଠ ନାୟକ,ବିଘ୍ନରାଜ ମାଝୀ ପ୍ରମୁଖ ସହଯୋଗ କରିଥିଲେ !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ