ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି

Apr 28, 2026 - 18:04
 0  136
ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି

କଳାହାଣ୍ଡି:୨୮.୦୪.୨୬(ଫାଷ୍ଟ ନ୍ୟୁଜ ଓଡିଶା)ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା ଏକ ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ