ନୂଆପଡ଼ାରେ ଜିଲ୍ଲା ଉନ୍ନୟନ ଓ ଗ୍ରାମଦୟ ବୈଠକ: ସମନ୍ୱୟ ମାଧ୍ୟମରେ ଦ୍ରୁତ ଉନ୍ନତି ଉପରେ ଗୁରୁତ୍ୱ

Mar 25, 2026 - 19:02
 0  5
ନୂଆପଡ଼ାରେ ଜିଲ୍ଲା ଉନ୍ନୟନ ଓ ଗ୍ରାମଦୟ ବୈଠକ: ସମନ୍ୱୟ ମାଧ୍ୟମରେ ଦ୍ରୁତ ଉନ୍ନତି ଉପରେ ଗୁରୁତ୍ୱ

ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନୟନକୁ ତ୍ୱରାନ୍ୱିତ କରିବା ଓ ଅନ୍ତଃବିଭାଗ ସମନ୍ୱୟ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆଜି ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଜିଲ୍ଲା ଉନ୍ନୟନ ସମିତିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବନଖଣ୍ଡ ଅଧିକାରୀ (ବନ୍ୟପ୍ରାଣୀ) ସମୀର ସାହୁ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ୍ ଖାନ, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଶ୍ରୀମତୀ ସୁର୍ମି ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, ଏପିଡି କ୍ଷମାନିଧି ଭୋଇଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଏବଂ ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l ବୈଠକର ଆରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ସ୍ୱାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓସ୍ୱାସ୍ ମାଧ୍ୟମରେ ଅନଲାଇନ ଫାଇଲ ଓ ସମସ୍ତ ଚିଠିପତ୍ର ଆଦାନ ପ୍ରଦାନ ନିଶ୍ଚିତ କରିବାକୁ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଉପ ନିର୍ଦ୍ଦେଶକ, ପରିସଂଖ୍ୟାନ ଦିଲେଶ୍ୱର ଧରୁଆ ବିଗତ ମାସର ବୈଠକର ବିବରଣୀ ଉପସ୍ଥାପନ କରିଥିଲେ। ବିଗତ ମାସରେ ଉନ୍ନୟନ କାର୍ଯ୍ୟରେ ଥିବା ବାଧା, ବିସଂଗତି ଓ ସେଗୁଡ଼ିକର ସମାଧାନ ଏବଂ ପ୍ରତ୍ୟେକ ବିଭାଗର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ବୈଠକରେ ପର୍ଯ୍ୟଟନ ବିଭାଗ ବିଭିନ୍ନ କାର୍ଯ୍ୟ ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ଉପରେ ସମୀକ୍ଷା ହୋଇଥିଲା l ସମସ୍ତ ନିର୍ମାଣ କାର୍ଯ୍ୟ ଶୀଘ୍ର ସମାପ୍ତ କରିବାକୁ ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ ଓ ଜାତୀୟ ରାଜପଥ ବିଭାଗକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରୁ ଜଣାଗଲା ଯେ, ଜିଲ୍ଲାର ଚାକିରୀ ଆଶାୟୀଙ୍କ ପ୍ରଶାସନିକ, ବ୍ୟାଙ୍କିଂ, ଏସ୍‌ଏସ୍‌ସି ଓ ଅନ୍ୟାନ୍ୟ ନିଯୁକ୍ତି ପରୀକ୍ଷା ପାଇଁ କୋଚିଂ ଗତ ୧୪ ତାରିଖରୁ ଆରମ୍ଭ ହୋଇଯାଇଛି। ସେହିପରି, ଜଳସେଚନ, ପଞ୍ଚାୟତି ରାଜ, ରାଜସ୍ୱ, କୃଷି, ଉଦ୍ୟାନ କୃଷି, ମତ୍ସ୍ୟ, ରାସ୍ତା ଓ ଗୃହନିର୍ମାଣ, ଗ୍ରାମ୍ୟ ଉନ୍ନୟନ, ଉଠା ଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ପ୍ରାଣୀ ସମ୍ପଦ, ପରିବହନ, ଶିକ୍ଷା, ସ୍ୱାସ୍ଥ୍ୟ, ଜଙ୍ଗଲ, ଖଣି ଓ ପର୍ଯ୍ୟଟନ, ବିଜ୍ଞାପିତ ଅଞ୍ଚଳ ପରିଷଦ ସମେତ ସମସ୍ତ ବିଭାଗର କାର୍ଯ୍ୟ ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ତହସିଲଦାରମାନଙ୍କ ଦ୍ୱାରା ବିଭିନ୍ନ କାର୍ଯ୍ୟାଳୟ,ଶିକ୍ଷାନୁଷ୍ଠାନ, ଚିକିତ୍ସାଳୟ, ପ୍ରାଣୀ ଚିକିତ୍ସାଳୟ, ଅଙ୍ଗନବାଡ଼ି କେନ୍ଦ୍ର, ଖେଳ ପଡିଆ ମାନଙ୍କୁ ଜମି ପଟ୍ଟା ଯୋଗାଇବା ସହ ନୂତନ କୋଠା ନିର୍ମାଣ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା। ବୈଠକ ଶେଷରେ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଉତ୍ସର୍ଗୀକୃତ ମନୋଭାବ ସହିତ କାର୍ଯ୍ୟକରି ଜିଲ୍ଲାକୁ ପ୍ରଗତି ପଥରେ ଦୃତ ଆଗେଇ ନେବା ପାଇଁ ଆହ୍ୱାନ ଦେଇଥିଲେ। ଏହାପରେ, ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗ୍ରାମଦୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା l ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ସମସ୍ତଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ବୈଠକରେ ବନଖଣ୍ଡ ଅଧିକାରୀ ଅଜିଜ୍ ଖାନ, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଏପିଡି କ୍ଷମାନିଧି ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, ଉପ ଜିଲ୍ଲାପାଳ ଶ୍ରୀମତୀ ଶୂର୍ମି ସୋରେନ୍,ସମସ୍ତ ବିଡ଼ିଓ, ତହସିଲଦାର ,ଜିଲ୍ଲା ସ୍ତରୀୟ ଅଧିକାରୀ, ଯନ୍ତ୍ରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଯୋଗ ଦେଇଥିଲେ l

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ