ନୂଆପଡା ଜିଲ୍ଲା ଟିମନପୁର ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

Nov 24, 2025 - 19:25
 0  15
ନୂଆପଡା ଜିଲ୍ଲା ଟିମନପୁର ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା ଜିଲ୍ଳା ସିନାପାଲି ବ୍ଲକ ଟିମନପୁର ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର , ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ , ପ୍ରାଣୀ ପାଇଁ ଦିନଟିଏ, ପକ୍ଷୀ ପାଇଁ ଦିନଟିଏ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମାରୋହରେ ଜିଲ୍ଲା ଅତିରିକ୍ତ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ , ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ, ବିଡ଼ିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ , ବ୍ଲକ ଉପାଧ୍ୟକ୍ଷା ମୀନା ଘିବେଲା, ସ୍ଥାନୀୟ ସରପଞ୍ଚ ବୈକୁଣ୍ଠ ଦଣ୍ଡସେନା ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ସମାରୋହରେ ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟା ସଞ୍ଜିତା କୁ କୋଳରେ ଧରି ତା ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ ।ସେମାନଙ୍କ ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ରୋପଣ ପାଇଁ ଦେଇଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ତିନି ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ l ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ ଟିମନପୁର ଗାଁ ଆନନ୍ଦ ମୁଖର ହୋଇ ଉଠିଥିଲା l ଛାତ୍ରୀ ମାନେ ସୁନ୍ଦର ସାଂସ୍କୃତିକ ନୃତ୍ୟଗୀତ ପରିବେଷଣ କରିଥିଲେ lଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସମାଜ ସଂବେଦନ ଶୀଳ ହେଲେ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ନିଜ ନିଜ ଦାୟୀତ୍ଵ ସୂଚାରୁ ରୁପେ ସମ୍ପାଦନ କଲେ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ପ୍ରଥା ଦୂର ହୋଇ ପାରିବ ବୋଲି ସେ ଆଶା ପ୍ରକାଶ କରିଥିଲେ l ଜିଲ୍ଲାପାଳ କହିଲେଯେ ଏହି ପଞ୍ଚାୟତର କୌଣସିବି ପୁରୁଷ କିମ୍ବା ମହିଳା ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଆନ୍ତୁ ନାହିଁ l ନିଜ ଗାଁ ମାଟିରେ ରହି ମନରେଗା ଯୋଜନାରେ କାମ କରି ସବୁ ଶ୍ରମିକ ପରିବାର ଲକ୍ଷପତି ହୁଅନ୍ତୁ l ଚାଷୀ ଭାଇ ଭଉଣୀ ମାନେ ଉନ୍ନତପ୍ରଣାଳୀରେ ଚାଷ , ବଣିଜ କରନ୍ତୁ l ଏସବୁ କରିବା ପାଇଁ ଜିଲ୍ଲା ପ୍ରଶାସନ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବେ l ଆମେ ସମସ୍ତେ ମିଶି ଟିମନପୁର ପଞ୍ଚାୟତକୁ ପ୍ରବାସୀ ଶ୍ରମିକ ଓ ପ୍ଲାଷ୍ଟିକ୍ ମୁକ୍ତ କରି ପାରିବା ବୋଲି ସେ କହିଥିଲେ l ଶିବିରରେ ଅତିଥିଗଣ ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ ତଥା ମହିଳା ଏଵଂ ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ। ଏହି ଅବସରରେ ମନରେଗା ଯୋଜନାରେ ୧୦୦ ଦିନରୁ ଅଧିକ ଶ୍ରମଦାନ କରିଥିବା ଶ୍ରମିକ ମାନଙ୍କୁ ନାରିକେଳ , ଉପଢୌକନ ସହିତ ବୃକ୍ଷ ଚାରା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ସେହିପରି ଆଜିକାର ରକ୍ତଦାନ ଶିବିରରେ ରକ୍ତଦାନ କରିଥିବା ଟି ପି ଡବ୍ଲୁ ଡି ଏଲ୍ ର ୧୧ ଜଣ କର୍ମଚାରୀଙ୍କୁ ଜିଲ୍ଲାପାଳ ସମ୍ମାନିତ କରିଥିଲେ l ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ସମସ୍ତ ଅତିଥି ପକ୍ଷୀ ମାନଙ୍କ ପାଇଁ ଖାଦ୍ୟ ଓ ମାଟି ପାତ୍ରରେ ଜଳଦାନ କରିବା ସହିତ ବୃକ୍ଷ ରୋପଣ କରିଥିଲେ lଶେଷରେ ସରପଂଚ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ lଶିବିରକୁ ସିନାପାଲି ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଏସ୍ ଗୀତା, ସିନାପାଲି ସିଡିପିଓ ଉର୍ମିଳା ମହାପାତ୍ର, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆୟୋଜନ କରିଥିଲେ।ସଭାପରେ ଜିଲ୍ଲାପାଳ ଟିମନପୁର ସମଲେଶ୍ଵରୀ ହାଇସ୍କୁଲ , ଦଶମ ଶ୍ରେଣୀ ଛାତ୍ରୀ ସ୍ନେହଲତା ଗହିର ଘରକୁ ଯାଇ କଠିନ ପରିଶ୍ରମ କରି ବୋର୍ଡ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରିଥିଲେ l

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ