ନୂଆପଡ଼ା ଅବକାରୀ ବିଭାଗ କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ

Dec 13, 2025 - 18:59
 0  2
ନୂଆପଡ଼ା ଅବକାରୀ ବିଭାଗ କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ

ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅବକାରୀ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅବକାରୀ ବିଭାଗର ରାଜସ୍ବ ଆଦାୟ,ପ୍ରବର୍ତ୍ତନ କାର୍ଯ୍ୟକଳାପ ଏବଂ ଅବକାରୀ ବିଭାଗର କର୍ମଚାରୀ ମାନଙ୍କ କାର୍ଯ୍ୟଦକ୍ଷତା ଉପରେ ଆଲୋଚନା କରାଯାଇଥିଲାl ବିଦ୍ୟାଳୟ , ଜନବସତି , ରାସ୍ତା କଡ ଇତ୍ୟାଦି ଅଞ୍ଚଳରେ ଦୃଢ଼ ହସ୍ତରେ ଚୋରା ମଦ ବିକ୍ରୟ କେନ୍ଦ୍ର ସବୁ ତୁରନ୍ତ ବନ୍ଦ କରିବାପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଆଗାମୀ ଦିନରେ ଅବକାରୀ କାର୍ଯ୍ୟକଳାପ କେମିତି ଆହୁରି ସୁଦୃଢ ହୋଇ ଜିଲ୍ଲାରେ ଅବୈଧ ଚୋରା ମଦ,ଗଞ୍ଜେଇ, ନିଶା କାରବାର ଉପରେ ରୋକ୍ ଲାଗିପାରିବ ତଥା ଜନ ସଚେତନତା ସୃଷ୍ଟି ହୋଇପାରିବ ତାହା ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ଏନ୍ ଡି ପି ଏସ୍ ମାମଲା ଗୁଡ଼ିକରେ ଅଧିକ ଅଭିଯାନ କରିବାକୁ ଏବଂ ଅଭିଯୁକ୍ତ ମାନଙ୍କୁ ଅଧିକ ସଂଖ୍ୟାରେ କୋର୍ଟ ରେ ପେଶ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ସମୀକ୍ଷା ବୈଠକରେ ଜିଲ୍ଲା ଅବକାରୀ ଅଧିକ୍ଷକ ସଂଘମିତ୍ରା ପ୍ରଧାନ,ଅବକାରୀ ନିରୀକ୍ଷକ ହିରାବତି ଥାର୍ଟୀ, ସବ୍ ଇନସପେକ୍ଟର ବୃନ୍ଦାବତୀ ଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।ସମ୍ପୂର୍ଣ୍ଣ ଭୟମୁକ୍ତ ହୋଇ ସମର୍ପିତ ଭାବରେ ଜିଲ୍ଲାରୁ ଅବୈଧ ନିଶା କାରବାରକୁ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଥିଲେ l

 ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ