।। ପଦ୍ମପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।।

Jan 23, 2024 - 15:48
 0  12
।। ପଦ୍ମପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।।

ରାୟଗଡ଼ା ଜିଲ୍ଲା ତା 22,01,2024 ରିଖ ଦିନ ପଦ୍ମପୁର ପଞ୍ଚାୟତ ସମିତି ସଦଭାବନା ସଭାଗୃହ ଠାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସ୍ୱଧାଦେବ ସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା ଉପସ୍ଥିତ ରହି ମୋଟ 23ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । 23ଟି ଅଭିଯୋଗ ମଧ୍ୟରୁ 19ଟି ବ୍ୟକ୍ତିଗତ ଓ 4ଗୋଟି ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା । ତିନି ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ 35000ଟଙ୍କା, ଜଣଙ୍କୁ ରେଡ଼ କ୍ରସରୁ 10000ଟଙ୍କା (ମୋଟ 45000ଟଙ୍କା) ଚିକିତ୍ସା ବାବଦକୁ ଜିଲ୍ଲାପାଳ ମଞ୍ଜୁର କରିଥିଲେ । ବିଶେଷ କରି ରାସ୍ତା, ବିଦ୍ୟୁତ, ବିଜୁ ପକ୍କାଘର, ପାନୀୟ ଜଳ, ଧାନମଣ୍ଡି ପରିଚାଳନା, ପିଲାମାନଙ୍କୁ ବିଦ୍ୟାଳୟ ଓ ହଷ୍ଟେଲରେ ଦାଖଲ ନିମନ୍ତେ ଦରଖାସ୍ତ ଗୁଡିକ ଦାଖଲ ହୋଇଥିଲା । ଆଜିର ଏହି ଅଭିଯୋଗ ଶୁଣାଣୀରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶାନ୍ତି ପ୍ରଭା ପ୍ରଧାନ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁରଜ ମିଶ୍ର, ପଦ୍ମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରମିଳା ଶବର, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ସ୍ୱାଇଁ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଯୋଗାଣ ନିରୀକ୍ଷକ ପ୍ରଭାକର ମଲ୍ଲିକ ଓ ବ୍ଲକ କର୍ମଚାରୀ ଶିବିର ପରିଚାଳନା କରିଥିଲେ ।

ମୁନିଗୁଡ଼ା ରୁ ସଞ୍ଜୟ କୁମାର ନାଗ ଙ୍କ ରିପୋର୍ଟ କୋରାପୁଟ ପ୍ରଥମ ଖବର

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ