ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୨୮.୦୪.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଭାରପ୍ରାପ୍ତ ବି ଡି ଓ ମନୋଜ ପାଣିଗ୍ରାହୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଚିହ୍ନଟ ୬ ଜଣ ଦିବ୍ୟାଙ୍ଗ ଙ୍କୁ ହୁଈଲ ଚେୟାର ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






