ପାପଡାହାଣ୍ଡିଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୧୮.୧୧.୨୦୨୪ ରିଖ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକସ୍ଥିତ ପଞ୍ଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର ,ବ୍ଲକ ଅଧ୍ୟକ୍ଷା ହେମଲତା ମାଝୀ,ଉପାଧ୍ୟକ୍ଷ ସୁଶାନ୍ତ ବେହେରା , ବି ଡି ଓ କପିଲ ଦେବ ସାହୁଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୪ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୨ ଜଣଙ୍କୁ ହୂଇଲ ଚେୟାର,୧ ଜଣଙ୍କୁ ଟ୍ରାଇ ସାଇକଲ,୭୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ ସହାୟତା କାର୍ଡ ଜିଲ୍ଲାପାଳଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






