ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ:ମୋଟ ୧୪୩ଗୋଟି ଅଭିଯୋଗର ହେଲା ଶୁଣାଣି

Jul 7, 2025 - 15:06
 0  8
ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ:ମୋଟ ୧୪୩ଗୋଟି ଅଭିଯୋଗର ହେଲା ଶୁଣାଣି

ବାରିପଦା: ତା ୦୭.୦୭.୨୦୨୫ ରିଖ: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ପୂର୍ବାହ୍ନ ୧୦ଘଟିକା ସମୟରେ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଥିଲା . ଉକ୍ତ ଜନଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ,ଭା.ପୋ.ସେ., ଆଇ ଏ ଏସ ପ୍ରୋବେଶନର ମିସ କାଶୀଷ ବକ୍ସି, ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଆଧୀକାରୀ ଶ୍ରୀ ଧର୍ମାନନ୍ଦ ବେହେରା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାୟକ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ। ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୧୪୩ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଉକ୍ତ ୧୪୩ଗୋଟି ଅଭିଯୋଗ ମଧ୍ୟରୁ ୧୩୫ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ, ୦୮ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା। ୧୨ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା। ଅଭିଯୋଗ ର ଗୁରୁତ୍ୱ କୁ ବିଚାର କରି ଜିଲ୍ଲାପାଳ ୮ଜଣ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪୦,୦୦୦/-ଟଙ୍କା ଏବଂ ୨ଜଣଙ୍କୁ ରେଡ କ୍ରସ ପାଣ୍ଠି ରୁ ୭୦୦୦/-ଟଙ୍କା ମଂଜୁର କରିଛନ୍ତି। ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ