ଭାମିନି ଠାରେ ଖେଳ ଇଣ୍ଡିଆ ସେଣ୍ଟର୍ ଉଦଘାଟିତ

Apr 21, 2025 - 07:55
 0  18
ଭାମିନି ଠାରେ ଖେଳ ଇଣ୍ଡିଆ ସେଣ୍ଟର୍ ଉଦଘାଟିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୨୦.୦୪.୨୦୨୫ ରିଖ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଓଡ଼ିଶା ସରକାରଙ୍କ ମାନ୍ୟବର କ୍ରୀଡାମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୁରଜଙ୍କ ଦ୍ଵାରା ଆଭାଶି ମାଧ୍ୟମରେ ନବରଙ୍ଗପୁର ର ଭାମିନୀ ବିଦ୍ୟାଳୟ ଠାରେ ଏ ଥେଲେଟିକ କ୍ରୀଡା ନିମନ୍ତେ ଖେଳ ଇଣ୍ଡିଆ ସେଣ୍ଟର୍ ଉଦ୍ଘାଟିତ ହୋଇଯାଇଛି ! ଏହି ଅବସରରେ ଓଡ଼ିଶା ର ପ୍ରତ୍ୟେକ ସେଣ୍ଟର୍ କୁ ପ୍ରତିବର୍ଷ ସରକାର ୫ଲକ୍ଷ ଟଙ୍କାର ଅନୁଦାନ ରାଶି ଦେବେ ବୋଲି ଘୋଷଣା କରିଥିଲେ ! ଉକ୍ତ ଅଭାସି ଉଦ୍ଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପଳ ( ସାଧାରଣ ) ତପନ କୁମାର ଖୁଣ୍ଟିଆ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ଵ ) ବିଶ୍ୱଜିତ୍ ବର୍ମନ୍ ( ରାଜସ୍ବ ), ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ,ଜିଲ୍ଲା ପରିଷଦ ଯଦୁମଣି ନାୟକ,ଜିଲ୍ଲା କ୍ରୀଡା ଅଧିକାରୀ ସମୀର କୁମାର ପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଭରତ ଚନ୍ଦ୍ର ସାହୁ, ଜିଲ୍ଲା କ୍ରୀଡା ସଂଘର ଉପ ସଭାପତି ଏମ. ବାଲା କୃଷ୍ଣରାଓ, ସହ ସମ୍ପାଦକ ମନୋଜ କୁମାର ପଟ୍ଟନାୟକ, କ୍ରିକେଟ ସମ୍ପାଦକ ଅଶୋକ ନାୟକ ସମେତ ଭାମୀନି ବିଦ୍ୟାଳୟ ର କର୍ମକର୍ତ୍ତା ଉପସ୍ଥିତ ଥିଲେ ! ଜିଲ୍ଲା କ୍ରୀଡା ଅଧିକାରୀଙ୍କ କର୍ମଚାରୀ ନିରଞ୍ଜନ ନାୟକ ସହଯୋଗ କରିଥିଲେ !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ