ମୟୂରଭଞ୍ଜର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ଦୁଖବନ୍ଧୁ ନାୟକଙ୍କ ଯୋଗଦାନ

Sep 19, 2025 - 20:15
 0  67
ମୟୂରଭଞ୍ଜର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ଦୁଖବନ୍ଧୁ ନାୟକଙ୍କ ଯୋଗଦାନ

ବାରିପଦା ତା ୧୯-୦୯-୨୦୨୫ ରିଖ ଆଜି ମୟୂରଭଞ୍ଜ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ଦୁଖବନ୍ଧୁ ନାୟକ, ଓ. ପ୍ର. ସେ. (ଏସ )।ଏଥି ପୂର୍ବରୁ ଶ୍ରୀ ନାୟକ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗରେ ଯୁଗ୍ମ ସଚିବ ଭାବେ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ। ଆଜି ଜିଲ୍ଲାପାଳଙ୍କ ଠାରେ କାର୍ଯ୍ୟରେ ଯୋଗ ଦାନ ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ ସମେତ କାର୍ଯ୍ୟାଳୟର ଅନ୍ୟାନ୍ୟ ପଦାଧିକାରୀ ଓ କର୍ମଚାରୀ ମାନେ ନୂତନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଶୁଭକାମନା ଜଣାଇଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ