ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ

Sep 15, 2025 - 19:54
 0  6
ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ

ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର - ଧର୍ମେନ୍ଦ୍ର ପ୍ରଧାନ ଜନଜାତି ଭଉଣୀମାନଙ୍କ ସହିତ ପାରମ୍ପରିକ ନୃତ୍ୟ ‘କରମା ନାଚ’ରେ ସାମିଲ ହେଲେ ବାରପିଦାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କଲେ କେନ୍ଦ୍ରମନ୍ତ୍ରୀ‘ମୟୂରଭଞ୍ଜ ଆଥଲେଟିକ୍ ଆସୋସିଏସନ’ର ପ୍ରଶାସନିକ ଭବନ ଯୁବ ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ କରିବ ବାରିପଦା ଛଉ ପେଣ୍ଡାଲ ସହ ପଡ଼ିଆର ହେବ ଉନ୍ନତିକରଣ ବାରିପଦାରେ ଜୁବୁଲି ପାର୍କ ଓ ଝିଞ୍ଜିରୀ ବନ୍ଧର ପୁନଃ ନବୀକରଣ ପ୍ରକଳ୍ପ ସହରର ସୌନ୍ଦର୍ଯ୍ୟ ବୃଦ୍ଧି କରିବ ବାରିପଦା, ସେପ୍ଟେମ୍ବର ୧୫ – ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ସ୍ଥାନରେ ଜନସାଧାରଣ ଓ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ବାଲେଶ୍ୱର ଷ୍ଟେସନରେ ପହଞ୍ଚିବା ପରେ ବେତନଟୀ ଦେଇ ସରକାରୀ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୟୂରଭଞ୍ଜ ବାରିପଦା ଅଭିମୁଖେ ଯାତ୍ରା କରିଥିଲେ । ଶ୍ରୀ ପ୍ରଧାନଙ୍କୁ ବାଲେଶ୍ଵର, ରେମୁଣା, ବଡ଼ସାହି, ମୋରଡ଼ା ଓ ବେତନଟୀ ସମେତ ଅନେକ ସ୍ଥାନରେ ସାଧାରଣ ନାଗରିକ ଓ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଥିଲେ । ଗସ୍ତକାଳରେ ଶ୍ରୀ ପ୍ରଧାନ ବାରପିଦାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ବାରିପଦାରେ ‘ମୟୂରଭଞ୍ଜ ଆଥଲେଟିକ୍ ଆସୋସିଏସନ’ର ପ୍ରଶାସନିକ ଭବନ ଉଦଘାଟନ, ବାରିପଦା ଛଉ ପେଣ୍ଡାଲ ପ୍ରକଳ୍ପ ଓ ବାରିପଦାରେ ଜୁବୁଲି ପାର୍କ ଓ ଝିଞ୍ଜିରୀ ବନ୍ଧର ପୁନଃ ନବୀକରଣ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ କେନ୍ଦ୍ରମନ୍ତ୍ରୀ । ଏହା ଉପରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ମୟୂରଭଞ୍ଜ ଜିଲ୍ଲାର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର । ବାରିପଦାରେ ‘ମୟୂରଭଞ୍ଜ ଆଥଲେଟିକ୍ ଆସୋସିଏସନ’ର ପ୍ରଶାସନିକ ଭବନ ଆମର ଯୁବ ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ କରିବା ତଥା କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ମୟୂରଭଞ୍ଜର ସାଂସ୍କୃତିକ ପରମ୍ପରାର ପ୍ରତୀକ ହେଉଛି ଛଉ ନୃତ୍ୟ । ବାରିପଦା ଛଉ ପେଣ୍ଡାଲ ସହ ପାର୍ଶ୍ୱରେ ଥିବା ପଡ଼ିଆର ଉନ୍ନତିକରଣ ହେବ । ଆଗାମୀ ଦିନରେ ଏହି ପ୍ରକଳ୍ପ ଛଉ ନୃତ୍ୟ ସମେତ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଏକ ସୁନ୍ଦର ଭିତ୍ତିଭୂମି ଯୋଗାଇବ । ମୟୂରଭଞ୍ଜର ବାରିପଦାରେ ଜୁବୁଲି ପାର୍କ ଓ ଝିଞ୍ଜିରୀ ବନ୍ଧର ପୁନଃ ନବୀକରଣ ପ୍ରକଳ୍ପ ସହରର ସୌନ୍ଦର୍ଯ୍ୟ ବୃଦ୍ଧି କରିବା ସହିତ ଏହି ସ୍ଥାନକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବ । ବାରିପଦାରେ ଜନଜାତି ସମ୍ପ୍ରଦାୟର ଭଉଣୀମାନଙ୍କ ସହିତ ପାରମ୍ପରିକ ନୃତ୍ୟ ‘କରମା ନାଚ’ରେ ସାମିଲ ହୋଇ ଖୁସିବ୍ୟକ୍ତ କରିଥିଲେ ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ