ରାଇଘର ଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୨୭.୦୫.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲା ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ବି ଡି ଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୮ ଟି ହୁଇଲ୍ ଚେୟାର ଏବଂ ୩୦ ଟି ଶ୍ରବଣ ଯନ୍ତ୍ର ପ୍ରଦାନ କରଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






