ରାଇଘର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Dec 16, 2024 - 21:34
 0  52
ରାଇଘର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ) ତା:୧୬/୧୨/୨୦୨୪ ରିଖ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର, ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝାଙ୍କର,ବି ଡି ଓ ଲକ୍ଷ୍ମୀ ସାଗର ମାଝୀ, ତହସିଲଦାର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୧୭ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୮ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ରାଇଘର ବ୍ଲକ ଗଞ୍ଜପରା ଗ୍ରାମ ପଞ୍ଚାୟତ ଗସ୍ତ କରି ଡିଗ୍ରୀ କଲେଜ ର ସ୍ଥାନ ଚିହ୍ନଟ ପ୍ରସ୍ତାବ କୁ ଦେଖିଥିଲେ ଏବଂ ନୂଆପଡ଼ା ଏସ ଏସ ଡି ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ଙ୍କୁ ଶ୍ରେଣୀରେ ପାଠ ପଢ଼ାଇ ତାଙ୍କ ସହିତ ବାର୍ତ୍ତାଳାପ କରିଥିଲେ !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ