ଶିକାର ବେଳେ ମାଡ଼ିବସିଲା ବନ ବିଭାଗ: ବନ୍ଧୁକ ସହ ଦୁଇ ଗିରଫ

Jun 3, 2024 - 20:04
 0  9
ଶିକାର ବେଳେ ମାଡ଼ିବସିଲା ବନ ବିଭାଗ: ବନ୍ଧୁକ ସହ ଦୁଇ ଗିରଫ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାଟଗୁଡ଼ା ପଞ୍ଚାୟତର ପୁଷାଙ୍ଗିଆ ଠାରେ ଶିକାର କରିବା ସମୟରେ ବନବିଭାଗ ୨ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁସାରେ ଗତ ରାତିରେ ଦୁର୍ବୃତ୍ତ ବାଲିଗୁଡା ବ୍ଳକ ପୁସାଙ୍ଗିଆ ର ଏକ ଜଙ୍ଗଲ ମଧ୍ଯରେ ଶିକାର କରିବା ସମୟରେ ବାଲିଗୁଡା ବନାଞ୍ଚଳ ବନପାଳ ପ୍ରଭାତ ଦୋରା ଏକ ବିଶେଷ ସୂତ୍ରରୁ ଖବର ପାଇ ଏକ ସ୍ବତନ୍ତ୍ର ଟିମ ସହାୟତାରେ ଚଢ଼ଉ କରିଥିଲେ। ଘଟଣା ସ୍ଥଳରୁ ୨ ଜଣଙ୍କୁ ଗିରଫ କରିବା ସହ ଗୋଟିଏ ବନ୍ଧୁକ, ୧୦ ଅଫୁଟା ଗୁଳି, ୧୨୦ ଗ୍ରାମ ବାରୁଦ, ୨ଟି ଦିଆସିଲି,୨ ଟର୍ଚ ଲାଇଟ ଓ ୨ ଟି ମୋବାଇଲ ଜବତ କରିଥିଲେ । ଗିରଫ ଦୁଇ ଜଣଙ୍କ ମଧ୍ୟରେ ବଳରାମ ପୂଜାରୀ (୨୭) ଓ ସୁଦାମ ମଲିକ (୪୦) ବୋଲି ଜଣାପଡିଛି। ଏ ନେଇ ଏକ ମାମଲା ରୁଜୁ କରି ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ବାଲିଗୁଡା ବନାଞ୍ଚଳ ବନପାଳ ପ୍ରଭାତ କୁମାର ଦୋରା ସୂଚନା ଦେଇଛନ୍ତି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ