ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Mar 30, 2026 - 20:15
 0  3
ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଦ୍ବାରିକା ନାଥ ଶତପଥୀ, ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ବ୍ଲକ୍ ଉପାଧ୍ୟକ୍ଷା ମୀନା ଘିବେଲା,ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ, ଏସ୍ ଡି ପି ଓ ଉପେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ୭୬ ଟି ବ୍ୟକ୍ତିଗତ ଓ ୧୪ ଟି ସାମୂହିକ ମୋଟ ୯୦ ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା। ଶିବିରରେ ଅନୁ ଛତିଆ ଓ ଆନନ୍ଦ ହରିଜନଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ଲେଖାଏ ତତ୍କାଳୀନ ସହାୟତା ଯୋଗାଇ ଦିଆଯାଇ ଥିଲା l ସେହିପରି, ସେବତୀ ସହଣ୍ଡଙ୍କୁ ମୁଖ୍ୟ ମନ୍ତ୍ରୀ ସହାୟତା ପାଣ୍ଠିରୁ ଦଶ ହଜାର ଟଙ୍କା ଓ ଇନ୍ଦ୍ରମଣି ହଂସକୁ ପାଞ୍ଚ ହଜାର ଟଙ୍କା ଚେକ୍ ପ୍ରଦାନ କରାଯାଇଥିଲା। ଶୁଣାଣୀ ଶିବିର ଉପଲକ୍ଷେ କରଣଭାହାଲି ପଞ୍ଚାୟତରେ ଏକ ରକ୍ତଦାନ ଶିବିର ଓ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଓ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା l ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ପାଇଁ ଏକ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା । ଆଜି ଶିବିରରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ l

ନୂଆପଡ଼ାରୁ ବିଶ୍ୱନାଥ ସମଲଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ