ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ:ମା' ପିତାବଳୀ କ୍ଲବ ବିଜୟୀ

Aug 7, 2025 - 20:36
 0  2
ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ:ମା' ପିତାବଳୀ କ୍ଲବ ବିଜୟୀ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଷଷ୍ଠ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ପୁରୁଷୋତ୍ତମ ନାୟକ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ଷଷ୍ଠ ଦିନର ଖେଳରେ ମା' ପିତାବଳୀ କ୍ଲବ ଦଳ ସହ ମୁଣ୍ଡାସାହି ଏଫ ସି ଦଳ ର ବହୁ ସଙ୍ଘର୍ଷ ମୟ ଖେଳରେ ଟାଇ ବ୍ରେକର୍ ଜରିଆରେ ୩-୨ ଗୋଲରେ ମା' ପିତାବଳୀ କ୍ଲବ ଦଳ ଦିଜୟୀ ହୋଇଥିଲେ l ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତା ଙ୍କୁ ପ୍ୟାରେଡ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ