ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

May 13, 2025 - 20:31
 0  19
ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ  ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ନୂଆପଡା : ଆଜି ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମାର୍ଷିରାଣୀ ପୂର୍ତ୍ତିଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ୫୫ ଟି ବିଭିନ୍ନ ଅଭିଯୋଗର ଶୁଣାଣି ଜିଲ୍ଲା ପ୍ରଶାସନ କରିଛନ୍ତି। ସେଥିରୁ ୪୯ ଟି ବ୍ୟକ୍ତିଗତ ଓ ୬ ଟି ଗୋଷ୍ଠିଗତ ଅଭିଯୋଗ ଥିଲା । ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅସହାୟ ବିଧବା ମହିଳା ସଂଯୁକ୍ତା ସାହୁ, ଖରୀଆରଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଥିଲା । ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ଡି ପି ଓ ଙ୍କ ସହିତ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା, ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ l ଶିବିର ପରିଚାଳନାରେ ଡେପୁଟି କଲେକ୍ଟର ଶେଖ୍ ନସିମ, ବିଡ଼ିଓ ନରସିଂହ ଗଡବା , ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାୟକ, ଇ ଓ ଖରୀଆର ଏନ୍ ଏ ସି ସ୍ଵାଧୀନ ମହାରଣା ପ୍ରମୁଖ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ,ବ୍ଲକ ସ୍ତରୀୟ ଅଧିକାରୀ , କର୍ମଚାରୀ ଏବଂ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଳକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ଓ ସ୍ଥାନୀୟ ଡାକ୍ତରଖାନା ରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା l ଅରେଡ଼ା ଗ୍ରାମ ପଞ୍ଚାୟତ ଅମଲାପାଲି ଗ୍ରାମରେ ଏକ ପ୍ରାଣୀ ଚିକିତ୍ସା ଶିବିର ଆୟୋଜନ କରାଯାଇଥିଲା । ଖରୀଆର ପ୍ରାଣୀ ଚିକିତ୍ସା ବିଭାଗର କର୍ମଚାରୀ ରକ୍ତଦାତା କିଶୋର ଛତ୍ରିଆ ଓ ଜିତେନ୍ଦ୍ର ମାଝୀଙ୍କୁ ଜିଲ୍ଲାପାଳ ଶିବିରରେ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା ।

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ