।। ଆସନ୍ତା କାଲିଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ।।

Apr 11, 2023 - 21:59
 0  41
।। ଆସନ୍ତା କାଲିଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ।।

ଆସନ୍ତା କାଲିଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ । ଗ୍ରୀଷ୍ମ ପ୍ରବାହ ଯୋଗୁଁ ସମସ୍ତ ସ୍କୁଲ୍‌ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ ପାଇ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ରାଜ୍ୟରେ ୩ ଦିନ ପାଇଁ କିଛି ଜିଲାରେ ପ୍ରଚଣ୍ଡ ଖରା ହେବ। ଏପ୍ରିଲ ୧୩, ୧୪ ଓ ୧୫ରେ ରାଜ୍ୟରେ ଅଗ୍ନିବର୍ଷୀ ଖରା ଅନୁଭୂତ ହେବା ନେଇ ପୂର୍ବାନୁମାନ କରାଯାଇଛି। ତେଣୁ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଏହାସହିତ ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ପାଇବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ-ପଶ୍ଚିମରୁ ପ୍ରବାହିତ ତତଲା ବାୟୁ ଓଡ଼ିଶା ମଧ୍ୟକୁ ପ୍ରବାହିତ ହେବ। ଫଳରେ ଦିନର ତାପମାତ୍ରା ସ୍ୱଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବିଶେଷକରି ଆଭ୍ୟନ୍ତରିତ ଓଡ଼ିଶାରେ ଆସନ୍ତା ୪ ଦିନ ପାଇଁ ଅସହ୍ୟ ତାତି ଅନୁଭୂତ ହେବ। ଦିନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ରେକର୍ଡ କରାଯାଇପାରେ। ଏଥିପାଇଁ ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଲୋକେ ଘରୁ ବାହାରିବା ବେଳେ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରିବା ଉଚିତ। ଏହାସହିତ ରାଜ୍ୟରେ ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ରାଜଧାନୀରେ ଦିନ ବଢ଼ିବା ସହ ତାତି ମଧ୍ୟ ଅସହ୍ୟ ହୋଇପଡ଼ିଥିଲା। ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରିରେ ପହଞ୍ଚିଥିଲାବେଳେ ଦିନ ସାଢ଼େ ୧୧ଟା ସୁଦ୍ଧା ୩୭.୨ ଡିଗ୍ରି ଓ ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ୩୯ ଡିଗ୍ରି ଅତିକ୍ରମ କରିଥିଲା। ଶେଷରେ ୪୦ ଡିଗ୍ରିରେ ପହଞ୍ଚୁ ପହଞ୍ଚୁ ଅଳ୍ପ କିଛି ବ୍ୟବଧାନ ଅର୍ଥାତ ୩୯.୭ ଡିଗ୍ରି ସର୍ବୋଚ୍ଚ ତାପମାତ୍ରା ସହ ରାଜଧାନୀର ପାରଦ ସ୍ତର ବନ୍ଦ ହୋଇଥିଲା। ତେବେ ଝାରସୁଗୁଡ଼ା ଓ ସମ୍ବଲପୁର ରାଜ୍ୟର ସବୁଠୁ ଉତପ୍ତ ସହର ଭାବେ ପରିଗଣିତ ହୋଇଥିଲା।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ