ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ

Nov 16, 2026 - 21:20
 0  1
ଉତ୍କଳ ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ

ମାଲକାନଗିରି, ୧୬/୧୧:ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲା ସଦର ସ୍ଥିତ ସଂଘ କାର୍ଯ୍ୟାଳୟରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ସଂଘର ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଏବଂ ଅତିରିକ୍ତ ଏସ୍‌ପି ରାଜକିଶୋର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।କାର୍ଯ୍ୟକ୍ରମରେ ସାମ୍ବାଦିକତାର ନୈତିକ ମୂଲ୍ୟବୋଧ, ସତ୍ୟନିଷ୍ଠା, ସଠିକତା ଓ ନିରପେକ୍ଷତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏକ ସୁସ୍ଥ ଓ ସଚେତନ ସମାଜ ଗଠନ ସହ ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥିମାନେ ନିଜ ଅଭିଭାଷଣରେ ମତପ୍ରକାଶ କରିଥିଲେ। ସେହିପରି ସାମ୍ବାଦିକମାନେ ନିଜ ନିଜ ମତ ରଖିବା ସହ ବର୍ତ୍ତମାନ ସମୟରେ ଦାୟିତ୍ୱବାନ ସାମ୍ବାଦିକତାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ସଂଘର ସମ୍ପାଦକ ବି. ଶ୍ରୀନିବାସ ପାତ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଉପଦେଷ୍ଟା ରତ୍ନାକର ଦାସ, କୋଷାଧ୍ୟକ୍ଷ ହୃଷିକେଶ ସେଠୀଙ୍କ ସମେତ ସଂଘର ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ