ଉମରକୋଟ ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୩.୧.୨୦୨୫:ରିଖ ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର,ବି ଡି ଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






