ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Jun 23, 2025 - 19:35
 0  48
ଉମରକୋଟ ଠାରେ  ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୨୩.୦୬.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲାର ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର ,ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ୍ ଚେୟାର ଏବଂ ୨ ଜଣ ଙ୍କୁ ବୈଶାଖୀ ପ୍ରଦାନ କରାଯାଇଥିଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ