ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୧୫.୧୨.୨୦୨୫ ରିଖ: ଉମରକୋଟ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୪ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା ! ୦୨ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0