।। ଉମରକୋଟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ।।

Oct 21, 2024 - 19:11
 0  96
।। ଉମରକୋଟ ଠାରେ  ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ।।

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା : ୨୧.୧୦.୨୦୨୪: ଉମରକୋଟ ସହର ସ୍ଥିତ ପୌରପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୩୪ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୪ ଜଣ ଙ୍କୁ ହୁଇଲ୍ ଚେଆର୍ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା ଏବଂ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ପ୍ରଦାନ କରଯାଇଥିଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ