।। ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ୭ ଦଫା ଦାବି ପତ୍ର ପ୍ରଦାନ ।।

Oct 14, 2024 - 17:06
 0  32
।। ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ  ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ୭ ଦଫା ଦାବି ପତ୍ର ପ୍ରଦାନ ।।

ରାୟଗଡ଼ା : ତା : ୧୪/୧୦/୨୪ ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୭ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି । ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଦୀର୍ଘ ଦିନର ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ଆଶା କର୍ମୀ ସଂଘର ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୭ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି ଏହି ଅବସରରେ ଆଜି ରାୟଗଡ଼ା ଗାନ୍ଧୀ ପାର୍କ ଠାରେ ଜିଲ୍ଲାର ସମସ୍ତ ଆଶା କର୍ମୀ ଏକତ୍ରିତ ହୋଇ ସଂଘର ଜିଲ୍ଲା ସଭାନେତ୍ରୀ ତମାଳ ସାହୁକାର , ଜିଲ୍ଲା ସମ୍ପାଦିକା ଗୀତାଞ୍ଜଳୀ ହିଆଲଙ୍କ ଏବଂ କୋଷାଧ୍ୟକ୍ଷ ପୁଷ୍ପାଞ୍ଜଳି ବେହୁରାଙ୍କ ନେତୃତ୍ବରେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୭ ଦଫା ଦାବି ପତ୍ର ଡେପୁଟି କଲେକ୍ଟର ଲଳିତ ମଣ୍ଡଳଙ୍କୁ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ , ସମ୍ମାନିୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘର ରାଜ୍ୟ ଉପ ସଭାନେତ୍ରୀ ମମତା ବିଶ୍ଵାଳ , ଭାରତୀୟ ମଜଦୂର ସଂଘ ର ଜିଲ୍ଲା ସଭାପତି ମୋହନ ରାଓ ମାଝୀ , ଜିଲ୍ଲା ସହ ସମ୍ପାଦିକା ନେହା ସିଂ , ଅରୁଣ କୁମାର ଲେଙ୍କା , ଆନନ୍ଦ ରାଓ , ସୁନ୍ଦର ରାଓ କାଡ଼ାରାକା , ଆନନ୍ଦ ରାଉଳ , ସହ ଜିଲ୍ଲାର ୧୧ ଟି ବ୍ଳକରୁ ୨ ହଜାର ଉର୍ଦ୍ଧ୍ଵ ଆଶା କର୍ମୀ ଯୋଗ ଦେଇଥିଲେ । ଉକ୍ତ ୭ ଦଫା ଦାବି ମଧ୍ୟରେ ଜାତୀୟ ସ୍ଵାସ୍ଥ୍ୟ ମିଶନ କୁ ସ୍ଥାୟୀ କରାଯାଉ , ଆଶା କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ଭାବେ ଘୋଷଣା କରାଯାଉ , ଯେଉଁ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇନାହିଁ ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରାଯାଉ , ଆଶା କର୍ମୀ ମାନଙ୍କୁ ଅବସର କାଳୀନ ସମୟରେ ୫ ଲକ୍ଷ୍ୟ ଟଙ୍କା ପ୍ରଦାନ କରିବା ସହ ମାସିକ ୫ ହଜାର ଟଙ୍କା ପେନସନ ଦିଆଯାଉ , ସବୁ PHC / CHC ରେ ଆଶା ଗୃହ ନିର୍ମାଣ କରାଯାଉ , ଆଶା କର୍ମୀ ମାନଙ୍କୁ ଯାତାୟାତ ପାଇଁ ବିନା ସୁଧରେ ସ୍କୁଟି ଯୋଗାଇଦେବା ପାଇଁ ଦାବି କରାଯାଇଥିଲା। ସରକାର ଉକ୍ତ ଦାବି ଗୁଡ଼ିକୁ ତୁରନ୍ତ ଦୃଷ୍ଟି ଦେଇ ସମାଧାନ ନକରନ୍ତି ତାହାହେଲେ ଆସନ୍ତା ଦିନରେ ଆଶା କର୍ମୀ ମାନେ ଭାରତୀୟ ମଜଦୂର ସଂଘ ର ସହଯୋଗ ରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବୁ ବୋଲି ଉପସ୍ଥିତ ନେତୃବୃନ୍ଦ ପ୍ରକାଶ କରିଥିଲେ।

 ରାୟଗଡ଼ା ରୁ ସଞ୍ଜୟ କୁମାର ନାଗ ଙ୍କ ରିପୋର୍ଟ ଫାଷ୍ଟ ନିଉଜ୍

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ