କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ; ବିପୁଳ ପରିମାଣର ଗଞ୍ଜେଇ ଜବତ: ଜଣେ ଗିରଫ

Feb 21, 2025 - 22:36
 0  10
କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ; ବିପୁଳ ପରିମାଣର ଗଞ୍ଜେଇ ଜବତ: ଜଣେ ଗିରଫ

କନ୍ଧମାଳ : (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲା ପୁଲିସ ୫ଟି ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ ୧୦ ହଜାର ୮୫୨ କେଜିରୁ ଊର୍ଦ୍ଧ୍ବ ଗଞ୍ଜେଇ ଜବତ କରିବାସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ।ଉଲ୍ଲେଖଯୋଗ୍ୟ ଯେ, କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁଯାୟୀ, କନ୍ଧମାଳ ଏସପି ବି. ସି. ହରିଶ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା ଅଧୀନରେ ଥିବା କାସିନପଦର ଗ୍ରାମପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମପଞ୍ଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨ କେଜି, ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଜବତ କରାଯାଇଛି। ସମୁଦାୟ ୧୦, ୮୫୨ କେଜି ଗଞ୍ଜେଇ ଜବତ କରାଯାଇଥିବାବେଳେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି ଏବଂ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ନିଶା ବେପାରୀମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏ ସମ୍ପର୍କରେ ସୂଚନା ପାଇ ପୁଲିସ ଚଢ଼ାଉ କରିଥିଲା। ସୂଚନାଯୋଗ୍ୟ ଯେ, ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଥିବାବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ବତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ