କନ୍ଧମାଳ : ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ କୁ ୨୦ ବର୍ଷ ସଶ୍ରମ ଦଣ୍ଡାଦେଶ

Aug 21, 2025 - 21:09
 0  9
କନ୍ଧମାଳ : ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ କୁ ୨୦ ବର୍ଷ ସଶ୍ରମ ଦଣ୍ଡାଦେଶ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ ଶୁଣାଇଲେ ଦଣ୍ଡାଦେଶ। ସ୍ବତନ୍ତ୍ର କୋର୍ଟ ଗଣେଶ କହଁରକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଜରିମାନା ଶୁଣାଇଛନ୍ତି। ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏହି ମାମଲାର ଶୁଣାଣି କରିଥିଲେ। ଜରିମାନା ଅନାଦେୟ ଅଧିକ ଦୁଇ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ୍ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ। ସୂଚନା ଅନୁସାରେ ଗତ ୨୦୨୩ ମସିହାରେ ୧୪ ବର୍ଷୀୟା ପୀଡ଼ିତା ଜଣକ ଏକ ସରକାରୀ ଉଚ୍ଚ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିଲେ। ମାସିକ ସ୍ବାସ୍ଥ୍ୟ ପରୀକ୍ଷା ବେଳେ ସେ ଗର୍ଭବତୀ ଥିବା ଜଣାପଡିଥିଲା। ତଦନ୍ତ ପରେ ଅଭିଯୁକ୍ତ ଗଣେଶ କହଁର ଗ୍ରୀଷ୍ମ ଛୁଟିରେ ପୀଡ଼ିତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ବ୍ରହ୍ମପୁର ମେଡିକାଲ କଲେଜରେ ପୀଡ଼ିତା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଲିଖିତ ଅଭିଯୋଗ ଆଧାରରେ ସଦର ପୁଲିସ ୧୯/୨୩ରେ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତ ଗଣେଶ କହଁରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ମାମଲାର ଶୁଣାଣି କରିଥିଲେ। ୧୯ ଜଣ ସାକ୍ଷୀଙ୍କ ବୟାନ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ପୀଡ଼ିତାଙ୍କୁ କ୍ଷତି ପୂରଣ ବାବଦରେ ୬ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାରଙ୍କ ତରଫରୁ ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ