କନ୍ଧମାଳ-ରାୟଗଡା ଜିଲ୍ଲା ସୀମାନ୍ତ ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର

Jan 21, 2026 - 19:29
 0  1
କନ୍ଧମାଳ-ରାୟଗଡା ଜିଲ୍ଲା ସୀମାନ୍ତ ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା) : ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ - ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତ ରେ ମାଓବାଦୀ ଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର ମାରିଥିବା ଦେଖିବାକୁ ମିଳିଛି l ବ୍ୟାନରରେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ବୋଲି ଉଲ୍ଲେଖ କରାଯାଇଛି। ରାୟଗଡ଼ା ଜିଲ୍ଲା ଅଞ୍ଚଳ ବଂଶଧାରା ଘୁମୁସର ନାଗାବଳୀ (ବାହୁନା) ଅଧୀନରେ ଆସୁଥିବା ବେଳେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ଉଲ୍ଲେଖ ଥିବାର ବ୍ୟାନର କୁ ନେଇ ପୁଲିସ ଚିନ୍ତାରେ ପଡିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ରାୟଗଡ଼ା ଜିଲ୍ଲା ସିମାନ୍ତ ଫୁଲବାଣୀ ଜିଲ୍ଲା ରେ ଏବେ ମାଓବାଦୀ ଦମନ କରିବାରେ ଉଲ୍ଲେଖନୀୟ ସଫଳତା ପାଇଥିବା ବେଳେ କିଛି ମାଓବାଦୀ ରାୟଗଡ଼ା ଜିଲ୍ଲା ର ଚନ୍ଦ୍ରପୁର, ମୁନିଗୁଡ଼ା ଅଞ୍ଚଳ ରେ ନିଜର ସୁରକ୍ଷା ପାଇଁ ଘୁରି ବୁଲୁଥିବା ଜଣାପଡିଛି। ଏହି ବ୍ୟାନର ରେ ଖଣି ଖାଦାନ କୁ ବିରୋଧ କରି ବିଭିନ୍ନ ବିଷୟ ଉଲ୍ଲେଖ ଥିବା ଜଣାପଡିଛି। କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ