କୁମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

Jul 8, 2025 - 19:02
 0  16
କୁମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା : କିଛି ଦିନର ନୀରବତା ପରେ ପୁଣି ନୂଆପଡା ଜିଲାରେ ମାଓବାଦୀମାନେ ତାଙ୍କର ଉପସ୍ଥିତି ଜାହିର କରିଛନ୍ତି। ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ମଙ୍ଗଳବାର ନୂଆପଡା ଜିଲା ପୋଲିସ ମୁଖ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଛତିଶଗଡ ରାଜ୍ୟରେ ମାଓ ଦମନ ପାଇଁ କୁମ୍ବିଂ ଅପରେଶନକୁ ଜୋରଦାର କରିଥିବାବେଳେ ମାଓବାଦୀମାନେ ଆତ୍ମଗୋପନ କରିବା ପାଇଁ ଓଡ଼ିଶା ମୁହାଁ ହେଉଥିବା ଅନୁମାନ କରାଯାଉଛି । ଏହି ଖବର ଗୋଇନ୍ଦା ବିଭାଗ ସୂତ୍ରରୁ ପାଇ ନୂଆପଡା ଜିଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଧେଶ କ୍ରମେ ସୁରକ୍ଷା ବାହିନୀ ସିନାପାଲି ଥାନା ଝାରବନ୍ଧ ଗାଁ ନିକଟସ୍ଥ ଛତିଗଡ ସୀମାନ୍ତ ନାରାୟଣ ଡୋଙ୍ଗରି ସଂରକ୍ଷିତ ଜଙ୍ଗଲରେ କୁମ୍ବିଂ ଅପରେଶନକୁ ଜୋରଦାର କରିଥିଲେ। ନାରାୟଣ ଡୋଙ୍ଗରି ସଂରକ୍ଷିତ ଜଙ୍ଗଲରେ ଯବାନମାନେ କୁମ୍ବିଂ ଅପରେଶନ କରୁଥିବା ଜାଣି ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ସେହି ସମୟରେ ଏକ ମାଓବାଦୀ କ୍ୟାମ୍ପ ଠାବ କରି ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ କରିଛନ୍ତି। ସେଥିରେ ଗୋଟିଏ ଟିଫିନ ବୋମା,୨୦ଟି ଜିଲେଟିନ ବାଡି, ଇଲେକ୍ଟ୍ରିକାଲ ଡେଟନେଟର,ପଲିଥିନ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛନ୍ତି । ଛତିଶଗଡ ସୀମାନ୍ତ ଜଙ୍ଗଲଗୁଡ଼ିକରେ କୁମ୍ବିଂ ଅପରେଶନ ଜାରି ରହି ଜୋରଦାର କରାଯିବ ବୋଲି ଏସପି କହିଛନ୍ତି ।

 ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ