କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Mar 9, 2026 - 21:17
 0  10
କୋମନା ବ୍ଲକରେ ଜିଲ୍ଲାପାଳଙ୍କ  ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ନୂଆପଡା ଜିଲ୍ଲା କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ବନଖଣ୍ଡ ଅଧିକାରୀ ଖଡିଆଳ , ଅଜିଜ ଖାନ, ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର) କେ ମାଧବିଲତା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର, ଉପାଧ୍ୟକ୍ଷ ଜୟଦେବ ପ୍ରଧାନ, ଜୋନ୍ ୧ ଜିଲ୍ଲା ପରିଷଦ ସଦସ୍ୟ ମୁରଲୀ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l ଶିବିରରେ ୫୪ଗୋଟି ବ୍ୟକ୍ତିଗତ ଓ ୧୨ଟି ଗୋଷ୍ଠିଗତ ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ ।ସମସ୍ତ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ୨ ଜଣ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦,୦୦୦ ଟଙ୍କା ଲେଖାଏ ତୁରନ୍ତ ସହାୟତା ପ୍ରଦାନ କରାଯାଇଥିଲା। ଏହି ଅବସରରେ, ୨୮ ଜଣ ହିତାଧିକାରୀଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ସ୍ବୀକୃତି ଶିରୋନାମା ଓ ୨ଗୋଟି ଗୋଷ୍ଠୀଗତ ଜଙ୍ଗଲ ଅଧିକାର ସ୍ବୀକୃତି ଶିରୋନାମା ବଣ୍ଟନ କରାଯାଇଥିଲା। ବିଡ଼ିଓ ପବିତ୍ର କୁମାର ସାମଲ, ତହସିଲଦାର ସର୍ବେଶ୍ଵର ଜାଲ, ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରା ଯାଇଥିଲା । ଅଭିଯୋଗ ଶୁଣାଣୀ ପରେ, ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ କହିଥିଲେ ଯେ , ଅଭିଯୋଗ ଶୁଣାଣି ହେଉଛି ଏକ ନିରନ୍ତର ପ୍ରକ୍ରିୟା। ଆଜି କିଛି ବ୍ୟକ୍ତିଗତ ଓ ସାମୂହିକ ଅଭିଯୋଗ ଗ୍ରହଣ କରାଯାଇଥିଲା ଏବଂ ସଂପୃକ୍ତ ଅଧିକାରୀମାନଙ୍କୁ ସେଗୁଡିକର ତ୍ଵରିତ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ସମସ୍ତଙ୍କୁ ନିଜ ଅଭିଯୋଗ ଅନଲାଇନ୍‌ ମାଧ୍ୟମରେ ମଧ୍ୟ ଦାଖଲ କରିବାକୁ ଆହ୍ବାନ କରିଥିଲେ।ଏହି ଅବସରରେ ସମରସିଂ ଗ୍ରାମ ପଞ୍ଚାୟତର ଭୂର୍କାଧୋଡ଼ା ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନ ଟିଏ ଓ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଗୃହପାଳିତ ପଶୁପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ "ପ୍ରାଣୀ ପାଇଁ ଦିନଟିଏ" ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା l

 ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ