କୋମନା ବ୍ଲକ୍ ତରବୋଡ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

Sep 22, 2025 - 20:31
 0  3
କୋମନା ବ୍ଲକ୍ ତରବୋଡ  ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡା : କୋମନା ବ୍ଲକ୍ ରେ ଅଭିଯୋଗ ଶୁଣାଣି ଶିବିର ପରେ ଅପରାହ୍ନରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ତରବୋଡ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଶିବିରରେ ଜିଲ୍ଲାପାଳଙ୍କ ସହିତ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ସଚିବ ଆଇନ୍ ସେବା ପ୍ରାଧିକରଣ ନବନୀତା ଦାଶ ,ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ,କୋମନା ବିଡ଼ିଓ ସର୍ବେଶ୍ଵର ଜାଲ, ସ୍ଥାନୀୟ ସରପଞ୍ଚ ଶ୍ୟାମ ପୃଷ୍ଟି, ନାଏବ ସରପଞ୍ଚ ସୁଭାଗିନି ବାଗ ପ୍ରମୁଖ ଯୋଗ ଦେଇଥିଲେ l ଏହି ପଞ୍ଚାୟତରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାl ସମାରୋହରେ ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟା ପ୍ରତୀକ୍ଷାକୁ କୋଳରେ ଧରି ତା ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ତାହାର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ରୋପଣ ପାଇଁ ପ୍ରଦାନ କରି ଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ପାଞ୍ଚ ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ l ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀମାନେ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l ଏହାପରେ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ସମସ୍ଯା ଦୂର କରିବା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧରୁଆ ସମସ୍ତଙ୍କୁ ସ୍ବାଗତ କରି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ସଭାରେ ଅତିଥି ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଜନ ସାଧାରଣଙ୍କୁ ପ୍ରବାସୀ ଶ୍ରମିକ ପ୍ରଥାର ଅପକାରୀତା ଓ ଏହାକୁ କିଭଳି ଭାବେ ନିରାକରଣ କରାଯାଇ ପାରିବ ସେ ବିଷୟରେ ସୂଚନା ଦେଇଥିଲେ l ଏହା ସହିତ ନୂଆପଡ଼ା ଥରେମାତ୍ର ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଜିଲ୍ଳା ଘୋଷିତ ହୋଇଥିବାରୁ ଏସବୁର ବ୍ୟବହାର ନ କରିବାକୁ ସମସ୍ତଙ୍କୁ ସ୍ଵଚ୍ଛତାର ଶପଥ ପାଠ କରାଯାଇଥିଲା l ଜିଲ୍ଲାପାଳ ସମସ୍ତଙ୍କୁ ସଂଵୋଧନ କରି କହିଲେଯେ ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ l ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି l ଆମେ ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ l ଏହାପରେ ବନ ବିଭାଗ ପକ୍ଷରୁ ଆୟୋଜିତ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ପକ୍ଷୀ ମାନଙ୍କ ପାଇଁ ବସା ଓ ମାଟି ନିର୍ମିତ ପାଣି ଏବଂ ଖାଦ୍ୟ ପାତ୍ର ଗଛ ମାନଙ୍କୁ ଝୁଲାଇ ଦିଆ ଯାଇଥିଲା l ଏହି ଶିବିରକୁ କୋମନା ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର, କୋମନା ସିଡିପିଓ ଦେବକୀ ମଲ୍ଲିକ , ସ୍ଥାନୀୟ ସରପଞ୍ଚ, ବନ ବିଭାଗ, ପଞ୍ଚାୟତିରାଜ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ। ନୂଆପଡାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ