କୋଷାଗୁମୁଡ଼ା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୩.୦୫.୨୦୨୫ ରିଖ : ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ପଞ୍ଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୧ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ୪ ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା !ସାମାଜିକ ସୁରକ୍ଷା ବିଭାଗ ତରଫରୁ ୫ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






