କୋଷାଗୁମୁଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ !

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୨୫,୧୧,୨୦୨୪ ରିଖ କୋଷାଗୁମୁଡା ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର ,ବ୍ଲକ ଅଧ୍ୟକ୍ଷା ସର୍ବେଶ୍ୱରି ମାଝୀ,ବି ଡି ଓ,ନବରଙ୍ଗପୁର ଆଶିଷ ତ୍ରୀପାଠୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୮ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୨୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ର ନୂତନ ସହାୟତା କାର୍ଡ ଏବଂ ୩ ଜଣଙ୍କୁ ହୂଇଲ୍ ଚେୟାର ଜିଲ୍ଲାପାଳ ଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






