ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା

Sep 25, 2025 - 17:58
 0  17
ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା

ମାଲକାନଗିରି, ୨୫/୯/୨୫: ଆଜି ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଏହି ପ୍ରତିଯୋଗିତାରେ ପୌର ପରିଷଦ ମାଲକାନଗିରି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇଥିଲେ। ବିଚାରକ ଭାବେ ସରୋଜ ଦାସ, ସରୋଜ ପଟ୍ଟନାୟକ ଓ ସମୀର ନାୟକ ଉପସ୍ଥିତ ଥିଲେ। ପ୍ରତିଯୋଗିତା କୁ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ କର୍ମଚାରୀ ରଞ୍ଜନ ମହାନ୍ତି ପରିଚାଳନା କରିଥିଲେ।

ପ୍ରତିଯୋଗିତା କୁ ଆୟୋଜନ କରିବାରେ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ। ସମସ୍ତ କୃତି ପ୍ରତିଯୋଗୀ ଙ୍କୁ ସର୍ବ ଶିକ୍ଷା ଅଭିଯାନ ପରିସରରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ଅବସରରେ ପୁରସ୍କୃତ କରାଯିବ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ