ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

Feb 2, 2025 - 18:15
 0  8
ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ରୁତୁଙ୍ଗିଆ ପଞ୍ଚାୟତ ଆଞ୍ଚଳିକ ସାଧନ କର୍ମୀ ସାବତ ପ୍ରଧାନ, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ପିଇଓ ସୁଶାନ୍ତ କୁମାର ବେହେରା, ଗାଲିଗୁରା ପଞ୍ଚାୟତ ସିଆରସିସି ଜୟ ପ୍ରକାଶ ପ୍ରଧାନ ପ୍ରମୁଖ ଯୋଗ ଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ର ଛାତ୍ରୀ ର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଭକ୍ତ ବତ୍ସଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ